ଆଜିର ରାଶିଫଳ

0 160

୨୦୨୩ମସିହା ନଭେମ୍ବରମାସ ୨୧ତାରିଖ ମଙ୍ଗଳବାର ,ଶ୍ରୀମନ୍ଦିରରେ ଓ ସର୍ବତ୍ର ଅଁଳା ନବମୀ, ଧାତ୍ରୀପୂଜା, ଶ୍ରୀରାଧାଙ୍କ ପାଦ ଦର୍ଶନ ଉତ୍ସବ, ଶ୍ରୀଦୁର୍ଗାଦେବୀଙ୍କର ଅନୁକଳ୍ପ ନବମୀପୂଜା, ଜଗମୋହନଭୋଗ, ଜଗଦ୍ଧାତ୍ରୀପୂଜା, ଜୟୀରାଜଗୁରୁ ଜୟନ୍ତୀ, ଡ଼କ୍ଟର ହରେକୃଷ୍ଣମହତାବଙ୍କ ଜୟନ୍ତୀ।ସୁର୍ଯ୍ୟୋଦୟ- ଘ୬/୨/୧୪ ,ସୂର୍ଯ୍ୟାସ୍ତ- ଘ୫/୨/୪୬ ,କାର୍ତ୍ତିକମାସ ,ଶୁକ୍ଳପକ୍ଷ ,ଭୌମବାସ ,ତିଥି- ନବମୀ ରାତ୍ରି ଘ୧/୨୭ମି ପର୍ଯ୍ୟନ୍ତ ତଦନ୍ତେ ଦଶମୀ।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ପୂର୍ବଦିଗରେ, ରାତ୍ରି ଘ୧/୧୭ମି ପରେ ଉତ୍ତରଦିଗରେ। ମଙ୍ଗଳବାର, ରିକ୍ତାତିଥି , ଶନିଯୁକ୍ତଦୋଷ ହେତୁ ଯାତ୍ରାଦି ଶୁଭକର୍ମନିଷେଧ।ଘାତଚନ୍ଦ୍ର– ମିଥୁନ ଓ ମୀନରାଶିର ଘାତଚନ୍ଦ୍ର।ଘାତବାର–ମକରରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- ଲଉ ଭକ୍ଷଣ ନିଷେଧ। ଏବଂ କାର୍ତ୍ତିକମାସ ଜନିତ ଆମିଷଭକ୍ଷଣ ନିଷେଧ।ଅଶୁଭବେଳା-ବାରବେଳା ଦିବା ଘ୭/୨୬ମି ରୁ ଘ୮/୪୮ମି ପର୍ଯ୍ୟନ୍ତ।କାଳବେଳା ଦିବା ଘ୧୨/୫୬ମି ରୁ ଘ୨/୧୮ମି ପର୍ଯ୍ୟନ୍ତ।କାଳରାତ୍ରି ସନ୍ଧ୍ୟା ଘ୬/୪୦ମି ରୁ ରାତ୍ରି ଘ୮/୧୮ମି ପର୍ଯ୍ୟନ୍ତ।ଶୁଭବେଳା–ଅମୃତ ସୂର୍ଯ୍ୟୋଦୟ ରୁ ଦିବା ଘ୬/୫୩ମି ମଧ୍ୟେ, ଘ୭/୪୧ମି ରୁ ଘ୧୧/୪୧ମି ମଧ୍ୟେ, ରାତ୍ରି ଘ୭/୨୭ମି ରୁ ଘ୮/୧୫ମି ମଧ୍ୟେ, ଘ୯/୩ମି ରୁ ଘ୧୧/୨୭ମି ମଧ୍ୟେ, ଘ୧/୩ମି ରୁ ଘ୨/୩୯ମି ମଧ୍ୟେ, ଘ୪/୧୫ମି ରୁ ନିଶାନ୍ତ ଘ୫/୩ମି ପର୍ଯ୍ୟନ୍ତ।ମାହେନ୍ଦ୍ରବେଳା ଅସ୍ତରୁ ରାତ୍ରି ଘ୭/୨୭ମି ପର୍ଯ୍ୟନ୍ତ। ପୁଷ୍କରଦୋଷ- ଅଦ୍ୟ ମୃତବ୍ୟକ୍ତିର ୧ ପାଦବାର ପୁଷ୍କର ଦୋଷ। ଫଳଂ କୃଷିହାନି ଓ ଭୂମି ଦାନ। ରାତ୍ରି ଘ୮/୫୬ମି ପରେ ୨ପାଦ ବାର ଓ ନକ୍ଷତ୍ର ପୁଷ୍କରଦୋଷ। ଫଳଂ କୃଷିହାନି ଓ ଗୋତ୍ରବଂଶ ସନ୍ତାନ ସନ୍ତତିର ବିନାଶ। ଭୂମି ଓ ତିଳ ସୁବର୍ଣ୍ଣଦାନ ସହିତ ହୋମାଦି ଶାନ୍ତିବିଧେୟ ।ପ୍ରଥମ ରଜୋଦର୍ଶନେ- ରଜଶ୍ଚକ୍ରେ ସର୍ବସମ୍ପନ୍ନା। କନ୍ୟାର ରାତ୍ରି ଘ୮/୫୬ମି ପରେ ସାତମାସ ଗଣ୍ଡଦୋଷ। ଫଳଂ ସ୍ତ୍ରୀ ବିଧବା। ତିଳସୁବର୍ଣ୍ଣ ଓ ପୀତବସ୍ତ୍ର ତଣ୍ଡୁଳ ଦାନ କରଣୀୟ। ରାତ୍ରି ଘ୧/୨୭ମି ପର୍ଯ୍ୟନ୍ତ ବାର ଓ ତିଥିଦୋଷ ହେତୁ ଶିବଙ୍କଠାରେ ଜଳାଭିଷେକ ଓ ଦୁର୍ଗାଙ୍କୁ ଲାଲରଙ୍ଗର ପୁଷ୍ପ ଅର୍ପଣ ତାପରେ ବାରଦୋଷ ହେତୁ ଶିବଙ୍କଠାରେ ଜଳାଭିଷେକ।ଶୁଭକର୍ମ- ନାହିଁ ।
ମେଷ-ମିତ୍ରମାନଙ୍କ ସହିତ ଆମୋଦ-ପ୍ରମୋଦ କରିବାର ଦିନ ଅଟେ। ମିତ୍ରମାନଙ୍କଠାରୁ ଉପହାର ମିଳିବ ତଥା ତାଙ୍କର ପଛରେ ଖର୍ଚ୍ଚ ମଧ୍ୟ ହୋଇପାରେ। ନୂଆ ମିତ୍ରତାର କାରଣରୁ ଭବିଷ୍ୟତରେ ଲାଭ ହୋଇପାରେ। ପ୍ରାକୃତିକ ସ୍ଥଳକୁ ଯାତ୍ରା କରିପାରନ୍ତି।
ବୃଷ-ଆଜିର ଦିନ, ଚାକିରି କରୁଥିବା ଲୋକମାନଙ୍କ ପାଇଁ ଶୁଭ ଅଟେ। ନୂଆ କାର୍ଯ୍ୟର ଆୟୋଜନ ସଫଳତାପୂର୍ବକ କରି ପାରିବେ। ଉଚ୍ଚାଧିକାରିମାନଙ୍କର କୃପାଦୃଷ୍ଟି ଆପଣ ଉପରେ ରହିବ। ପ୍ରମୋସନ ମଧ୍ୟ ହୋଇପାରେ। ଗୃହସ୍ଥଜୀବନରେ ମଧୁରତା ଆସିବ। ଆପଣଙ୍କ ଅଧୂରା କାର୍ଯ୍ୟ ପୂର୍ଣ୍ଣ ହେବ। ସରକାରୀ ଲାଭ ମିଳିବ।
ମିଥୁନ-କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ଆଜିର ଦିନ ଅନୁକୂଳ ନୁହେଁ। ଶରୀରରେ ବ୍ୟଥା ଏବଂ ଆଳସ୍ୟ ରହିବାରୁ କାର୍ଯ୍ୟ କରିବାପାଇଁ ଉତ୍ସାହ ହେବନାହିଁ। ପେଟ ସମ୍ବନ୍ଧିତ ରୋଗରେ ଯନ୍ତ୍ରଣା ହୋଇପାରେ। ଖର୍ଚ୍ଚ ମଧ୍ୟ ଅଧିକ ହୋଇପାରେ।
କର୍କଟ- ଆଜି ସାବଧାନପୂର୍ବକ ବ୍ୟବହାର କରିବାକୁ ପଡ଼ିବ। ପାରିବାରିକ ସଦସ୍ୟମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ। ବାଣୀ ତଥା କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଅଧିକ ଖର୍ଚ୍ଚ ହେବାର ଆଶଙ୍କା ଅଛି। ଈଶ୍ଵରଙ୍କର ସ୍ମରଣ ତଥା ଆଧ୍ୟାତ୍ମିକତା ଲାଭଦାୟୀ ରହିବ।
ସିଂହ-ବୈବାହିକ ଜୀବନରେ ନିଜନିଜ ଭିତରେ କଳହ ହେବାରୁ ପତି-ପତ୍ନୀଙ୍କ ମଧ୍ୟରେ ଚିନ୍ତା ହୋଇପାରେ। ଜୀବନସାଥୀଙ୍କର ସ୍ଵାସ୍ଥ୍ୟ ବିଗିଡ଼ି ପାରେ। ନିଜର ଭାଗିଦାରୀ ତଥା ବ୍ୟାପାରିମାନଙ୍କ ସହିତ ଶାନ୍ତ ମନରେ କାମ କରନ୍ତୁ। ସମ୍ଭବ ହେଲେ ନିରର୍ଥକ ଚର୍ଚ୍ଚା କିମ୍ବା ବିବାଦରେ ପଡ଼ନ୍ତୁ ନାହିଁ।
କନ୍ୟା-ଆଜିର ଦିନ ଆପଣ ଫୂର୍ତ୍ତି ତଥା ସୁସ୍ଥ ଅନୁଭବ କରିବେ। ଘର ତଥା ଚାକିରି ସ୍ଥଳର ବାତାବରଣ ଆନନ୍ଦଦାୟୀ ରହିବ। ସହକର୍ମିମାନଙ୍କର ସହଯୋଗ ମିଳିବ। ଶ୍ୱଶୁରଘର ପକ୍ଷରୁ ଭଲ ସମାଚାର ମିଳିବ। କାର୍ଯ୍ୟ ସଫଳ ହେବାଯୋଗୁଁ ଆପଣଙ୍କୁ ଯଶ ମିଳିବ। ଖର୍ଚ୍ଚ ଅଧିକ ହୋଇପାରେ।
ତୁଳା-ଆପଣଙ୍କ ଦିନ ମଧ୍ୟମ ଫଳଦାୟୀ ହେବ। ସନ୍ତାନମାନଙ୍କର ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇପାରେ। ବାଦ-ବିବାଦ କିମ୍ବା ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରୁହନ୍ତୁ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରିବା ପରେ, ତାହା ସଫଳ ହେବାର ସମ୍ଭାବନା କମ ହେବ। କୌଣସି ପ୍ରିୟଜନଙ୍କର ସହିତ ଭେଟ ହେବ। ମାନଭଙ୍ଗ ନ ହେଉ, ଏହାର ଧ୍ୟାନ ରଖିବେ।
ବିଛା- ନିଜ-ସମ୍ବନ୍ଧୀମାନଙ୍କ ସହିତ ମନମାଳିନ୍ୟ ହୋଇପାରେ। ଆର୍ଥିକ କ୍ଷତିର ଆଶଂକା ଅଛି। କୌଣସି ପ୍ରକାରର କାଗଜପତ୍ରକୁ ସମ୍ଭାଳିକରି ରଖିବେ। ନକାରାତ୍ମକ ବିଚାର ଆପଣଙ୍କ ଉପରେ ପ୍ରଭାବ ପକାଇପାରେ, ଧ୍ୟାନ ରଖିବେ। ସ୍ଵାସ୍ଥ୍ୟ ପଛରେ ଧନ ଖର୍ଚ୍ଚ ହୋଇପାରେ।
ଧନୁ-ନୂଆ କାର୍ଯ୍ୟର ପ୍ରାରମ୍ଭ ପାଇଁ ଆଜିର ଦିନ ଶୁଭ ଅଟେ। ଭାଇ-ବନ୍ଧୁଙ୍କ ସହିତ ମିଳାମିଶାରେ ବୃଦ୍ଧି ହେବ ତଥା ପରିଜନମାନଙ୍କର ସହିତ ଯାତ୍ରାକରିବାପାଇଁ ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ। ଭାଗ୍ୟ ବୃଦ୍ଧି ହେବାର ସମ୍ଭାବନା ଅଛି। କାର୍ଯ୍ୟରେ ସଫଳତା ମିଳିବ।
ମକର- ପରିଜନମାନଙ୍କ ସହିତ କଳହର ପ୍ରସଙ୍ଗ ନ ହେଉ, ଏହାର ଧ୍ୟାନ ରଖିବେ। ବାଣୀ ଉପରେ ନିୟନ୍ତ୍ରଣ ରଖିଲେ ଆପଣଙ୍କୁ ପ୍ରତ୍ୟେକ ଅସୁବିଧା ଦୂର ହେବ। ଶେୟାର-ସଟ୍ଟାରେ ପୁଞ୍ଜି-ନିବେଶ କରିବାର ଆୟୋଜନ ଆପଣ କରି ପାରିବେ। ସ୍ୱାସ୍ଥ୍ୟ ମଧ୍ୟମ ରହିବ। ଆଖିରେ ପୀଡ଼ା ହେବାର ଆଶଂକା ଅଛି।
କୁମ୍ଭ-ଆଜିର ଦିନ ଶୁଭ ଫଳଦାୟୀ ଅଟେ। ଶାରୀରିକ ତଥା ମାନସିକ ରୂପରେ ଆପଣ ପ୍ରସନ୍ନ ରହିବେ। ଭୌତିକ ତଥା ଆଧ୍ୟାତ୍ମିକ ଦୃଷ୍ଟିରୁ ଆପଣଙ୍କୁ ଭଲ ଅନୁଭବ ହୋଇପାରେ। ପରିଜନମାନଙ୍କ ସହିତ ପ୍ରବାସରେ ଭୋଜନ କରିବା ତଥା ଉପହାର ମିଳିବା ଉପରେ ଆପଣ ଆନନ୍ଦିତ ହେବେ।
ମୀନ-ଲୋଭ କରନ୍ତୁ ନାହିଁ। ଆର୍ଥିକ ବିଷୟରେ ବହୁତ ସାବଧାନ ରୁହନ୍ତୁ। ଶାରୀରିକ ସ୍ଵାସ୍ଥ୍ୟ ବିଗିଡ଼ି ପାରେ। ଏକାଗ୍ରତା ମଧ୍ୟ କମ ହୋଇପାରେ। ଧାର୍ମିକ କାର୍ଯ୍ୟଗୁଡ଼ିକ ପଛରେ ଧନ ଖର୍ଚ୍ଚ ହୋଇପାରେ। ପରିଜନମାନଙ୍କ ସହିତ ମତଭେଦ ହେବାର ଆଶଙ୍କା ଅଛି!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.