ଆଜିର ରାଶିଫଳ

ଅଗଷ୍ଟ ମାସ ୨୯ ତାରିଖ ୨୦୨୬ ମସିହା (ଶନିବାର)ଭାଦ୍ରବମାସ- କୁଷ୍ଣପକ୍ଷ,ତିଥି- ପ୍ରତିପଦ ଦିବା ଘ୦୯/୫୦ ଗତେ ଦ୍ୱିତୀୟା,ନକ୍ଷତ୍ର- ପୂର୍ବଭାଦ୍ର ରାତ୍ରି ଘ୦୪/୧୫ ଗତେ ଉତ୍ତରଭାଦ୍ର,ସୂର୍ୟୋଦୟ- ପ୍ରାତଃ ଘ୦୫/୩୪/୩୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୨/୧୨,ଯୋଗିନୀ ପୂର୍ବେ ଦିବା ଘ୦୯/୫୦ ଗତେ ଉତ୍ତରେ,
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର,
ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ଦ୍ୱିତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା-ଦିବା ଘ୦୭/୦୮ ମଧ୍ୟେ ଓ ଘ୦୪/୨୭ ଗତେ ଘ୦୬/୦୩ମଧ୍ୟେ,ବାରବେଳା- ଦିବା ଘ୦୧/୨୦ ଗତେ ଘ୦୨/୫୫ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୯/୩୩ଗତେ ଘ୧୨/୪୫ ମଧ୍ୟେ ଓ ରାତ୍ରି ଘ୦୬/୫୦ ଗତେ ଘ୦୯/୧୦ ମଧ୍ୟେ ଓ ଘ୧୧/୩୫ ଗତେ ଘ୦୨/୪୬ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୧୦ ଗତେ ଘ୦୭/୨୬ ମଧ୍ୟେ,ଅଦ୍ୟ ବୋଇତିକଖାରୁ ଭକ୍ଷଣ ନିଷେଧ।
ମେଷ-ଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ।
ବୃଷ-ଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ।ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ ପାରିବେ।
ମିଥୁନ-ଆଜି ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।କୌଣସି କାମ ସୁବିଧାରେ ହେବ ନାହିଁ । ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିପାରନ୍ତି।
କର୍କଟ-ଆଜି ଆପଣପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି।ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ। ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ।
ସିଂହ-ଆଜି ଦିନଟି ଭୋଗ,ବିଳାସ ଦିଗକୁ ସ୍ବତଃ ମନ ଟାଣିହୋଇଯିବ। ଆଜି ବିଭିନ୍ନ ସୂତ୍ରରୁ ଗୁଡାଏ ଅର୍ଥ ଲାଭର ଯୋଗ ରହିଛି। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। ବନ୍ଧୁମାନଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ।
କନ୍ୟା-ଆଜି କାର୍ଯ୍ୟସିଦ୍ଧି ହେତୁ ଉତ୍‌ଫୁଲ୍ଲିତ ରହିବେ। କିନ୍ତୁ ପାରିବାରିକ ଅଶାନ୍ତି କ୍ଷେତ୍ରରେ ଭୁଲ୍‌ ବୁଝାମଣା ହିଁ ପ୍ରଧାନ କାରଣ ହେବ । ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଅବଶ୍ୟ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ ।
ତୁଳା-ଆଜି ସୁସ୍ଥତା ଅକ୍ଷୁଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ। ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ହଠାତ୍‌ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ।
ବିଛା-ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ। ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ହାତୀଗୁମ୍ଫା
ଧନୁ-ଆଜି ସ୍ବାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି। ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ। ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ। ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ।
ମକର-ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ। ଏଣେ ଯାହା ପାଇବା କଥା ତାହା ଠିକ୍‌ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ। ମିତ୍ର,ବନ୍ଧୁରେ ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ ।
କୁମ୍ଭ-ଆଜି ଦିନଟି ଭଲରେ ଅତିବାହିତ ହେବ। ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ। ଜମିଜମା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ।
ମୀନ-ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ। ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ। ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

- Advertisement -

Leave A Reply

Your email address will not be published.