୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ

0 229

ପୁରୀ,୧୪/୬(ଡିଏନଏ) ଦେବସ୍ନାନ ପୂର୍ଣ୍ଣିମାରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିଲେ ଶ୍ରୀଜିଉ । ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତି ଆଜି ଅଗଣିତ ଭକ୍ତଙ୍କୁ ସ୍ନାନବେଦୀରୁ ଗଜବେଶରେ ଦର୍ଶନ ଦେଇଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଶ୍ରୀସୁଭଦ୍ରା ଓ ଶ୍ରୀସୁଦର୍ଶନ ।ରଥଯାତ୍ରାର ଆଦ୍ୟପର୍ବ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ।ତେଣୁ ସଂପୂର୍ଣ୍ଣ ନୀତିବିଧି ସହକାରେ ଏହା ଅନୁଷ୍ଠିତ ହୋଇଥିଲା । ଦୁଇବର୍ଷ ପରେ ପୁଣିଥରେ ଭକ୍ତ ଓ ଭଗବାନଙ୍କ ମହାମିଳନ ହୋଇଛି । ରାତି ସାଢ଼େ ୯ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୦ଟାରେ ବାହୁଡ଼ା ପହଣ୍ଡି (ଗୋଟି ପହଣ୍ଡି) ଆରମ୍ଭ ହେବ ବୋଲି ଜଣାପଡିଛି ।ଏଥିପାଇଁ ସ୍ନାନବେଦୀକୁ ରଙ୍ଗ ସହ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି।

 

Leave A Reply

Your email address will not be published.