ଭୁବନେଶ୍ୱର, ୧୩।୫(ଏସଏସନିୟୁଜ)୧୬ ତାରିଖ ଯାଏ ଅସମ୍ଭାଳ ତାତିରୁ ନିସ୍ତାର ମିଳିବା ଆଶା ନାହିଁ ବୋଲି ପାଣିପାଗ ବିଭାଗ ସତର୍କ କରାଇ ଦେଇଛି । ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହ ପୁର, ପୁରୀ, ଖୋର୍ଦ୍ଧା, ନୟାଗଡ ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି। ୧୪ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ ଗରମ ଓ ଗୁଳୁଗୁଳି ହେବ । ୧୫ ଓ ୧୬ ତାରିଖରେ ଉପକୂଳ , ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି । ୧୫ରୁ ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି
।
Prev Post
