ଭୁବନେଶ୍ୱର,୨୦।୫(ଏସଏସନିୟୁଜ୍)ଆସନ୍ତା ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ବଢ଼ିବ।ଏହାର ପ୍ରଭାବରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ସହିତ ପବନର ଝଟ୍କା ୬୦କିମି ଯାଏ ଯାଇପାରେ ବୋଲି ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି।
୨୦ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼,୨୧ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି କନ୍ଧମାଳ ଓ ସୁନ୍ଦରଗଡ଼, ୨୨ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନ,୨୩ ତାରିଖରେ ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅନ୍ୟପଟେ ମେଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବ ସାଗରରେ ଲଘୁଚାପ ସମ୍ଭାବନା ରହିଛି। ୨୧ବେଳକୁ ଆରବ ସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ଥିବା ବେଳେ ୨୨ ମେବେଳକୁ ଏହା ଲଘୁଚାପର ରୂପ ନେବ। ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ କରାଯାଇଛି।ସେହିପରି ୨୭ମେ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Prev Post
Next Post
