୧୨ଜୁନ୍‌ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ !

0 94

ଭୁବନେଶ୍ବର,୯।୬(ଏସଏସନିଉଜ)ବିଧାନସଭା ନିର୍ବାଚନରେ ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରି ବିଜେପି ସରକାର ଗଠନ କରିବାକୁ ଯାଉଛି।
ଏଥିନିମନ୍ତେ ଜୁନ୍ ୧୦ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଜନତା ମଇଦାନରେ ଶପଥଗ୍ରହଣ ସମାବେଶ ପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇ ଯାଇଥିଲା।କିନ୍ତୁ ଏଥିରେ ପରିବର୍ତ୍ତନ କରାଯାଇଥିବାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି।୧୦ବଦଳରେ ୧୨ରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି କୁହାଯାଉଛି। ଅନ୍ୟପଟେ ରାଜ୍ୟ କାର୍ଯ୍ୟାଳୟରେ ଶପଥ ଗ୍ରହଣ ଉତ୍ସବର ପ୍ରସ୍ତୁତି ବୈଠକ ଚାଲିଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ଏପର୍ଯ୍ୟନ୍ତ ମିଳିପାରିନାହିଁ ।

Leave A Reply

Your email address will not be published.