୩ ଦିନ ଯାଏ ପ୍ରବଳ ବର୍ଷା

0 278

ଭୁବନେଶ୍ୱର,୨୨/୬(ଏସଏସନିୟୁଜ) ଆସନ୍ତା ୩ ଦିନ ଯାଏ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି ।ଏଥିନିମନ୍ତେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାସହ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୁଚନା ଦିଆଯାଇଛି ।

Leave A Reply

Your email address will not be published.