୪ ଓଡ଼ିଆ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

0 205

ଈୁବନେଶ୍ୱର,୧୧/୮(ଏସଏସନିୟୁଜ) ଟୋକିଓ ଅଲିମ୍ପିକ-୨୦୨୦ର ସଫଳତା ପରେ କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪ ହକି ଖେଳାଳି ବିରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ , ଦୀପ ଗ୍ରେସ୍ ଏକ୍କା ଓ ନମିତା ଟପ୍ପୋ ଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଅଢ଼େଇ କୋଟି ଟଙ୍କା ଏବଂ ଦୀପ୍ ଗ୍ରେସ୍ ଏକ୍କା ଓ ନମିତା ଟପ୍ପୋଙ୍କୁ ୫୦ ଲକ୍ଷ ଟଙ୍କା ଲେଖାଏର ଚେକ୍ ପ୍ରଦାନ କରିଛନ୍ତି । ଏହାସହ ପୁରୁଷ ହକି ଦଳର ଦୁଇ ଓଡ଼ିଆ ତାରକା ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଡିଏସପି ପାହ୍ୟା ପ୍ରଦାନ କରାଯାଇଛି । ମଙ୍ଗଳବାର ରାଜ୍ୟର ଗର୍ବ ଓ ଗୌରବ ଏହି ୪ ହକି ଖେଳାଳି ଭୁବନେଶ୍ୱରରେ ପହଞ୍ଚିବା ପରେ ସେମାନଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।

Leave A Reply

Your email address will not be published.