୫ଦିନ ଯାଏ ଲାଗି ରହିବ ବର୍ଷା

0 319

ଭୁବନେଶ୍ୱର,୧୫/୬(ଏସଏସନିୟୁଜ)ମୌସୁମୀ ସ୍ପର୍ଶ କରିଛି ସମଗ୍ର ରାଜ୍ୟକୁ ଏହାର ପ୍ରଭାବରେ ବର୍ଷା ଲାଗି ରହିଥିବାବେଳେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା ସହ କେତକସ୍ଥାନରେ ଭାରି ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଦେଇଛି। ସୋମବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ ଓ ଜଗତ୍ସିଂହପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।୧୬ ତାରିଖ ଦିନ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର ଓ କେନ୍ଦୁଝର ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୭ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ଅନୁଗୁଳରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.