୬୧ ଲକ୍ଷଟଙ୍କା ଛାଡ଼ କଲେ ସରକାର

ଭୁବନେଶ୍ୱର,୨୫/୭(ଏସ ଏସ ନିଉଜ)କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ନବୀ ମୁମ୍ୱାଇ ମହାନଗର ନିଗମର ଡାକ୍ତର ଓ ନର୍ସ ମାନଙ୍କ ମୁମ୍ୱାଇ ସ୍ଥିତ ଓଡ଼ିଶା ଭବନରେ ରହୁଣୀ ବାବଦ ୬୧ ଲକ୍ଷ ୫ ହଜାର ଟଙ୍କା ଦେୟକୁ ଓଡ଼ିଶା ସରକାର ଛାଡ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଦେୟ ଛାଡ଼ କରାଯାଇଛି।
୨୦୨୧ ଏପ୍ରିଲ୍ ୧୨ ତାରିଖ ଠାରୁ ୨୦୨୧ ନଭେମ୍ବର ୨୭ ପର୍ଯ୍ୟନ୍ତ ଓଡ଼ିଶା ଭବନର ଚତୁର୍ଥ ମହଲାରେ ୮ ଟି ରୁମ୍ ଓ ଗୋଟିଏ dormitory ରେ ମହାନଗର ନିଗମର ଡାକ୍ତର ଓ ନର୍ସଙ୍କ ମାନେ ଦୀର୍ଘ ୭ ମାସରୁ ଅଧିକ ସମୟ ରହି Covid ଚିକିତ୍ସା କରୁଥିଲେ। ଓଡ଼ିଶା ସରକାର ବର୍ତମାନ ଏହା ବାବଦ ଦେୟ ଛାଡ଼ କରିଛନ୍ତି।
ସୂଚନାଯୋଗ୍ୟ ପୂର୍ବରୁ ପ୍ରଥମ ଲହରୀ ସମୟରେ ମଧ୍ୟ ନବୀ ମୁମ୍ୱାଇ ମହାନଗର ନିଗମର ୨ କୋଟି ୧୬ ହଜାର ଟଙ୍କା ଛାଡ କରାଯାଇଥିଲା।

- Advertisement -

Leave A Reply

Your email address will not be published.