ଭୁବନେଶ୍ଵର,୭।୩(ଏସଏସନିଉଜ)ଆଜିଠୁ ୯ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।କାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ସେଗୁଡିକ ହେଲା
ଝାରସୁଗୁଡ଼ା, ସୁନ୍ଦରଗଡ଼,କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ବର, ଯାଜପୁର,ଭଦ୍ରକ, କେନ୍ଦ୍ରାପଡ଼ା ,ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ।ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା ରହିଥିବା ବେଳେ ଅନ୍ୟ ୧୮ଟି ଜିଲ୍ଲାର ପାଗ ମୁଖ୍ୟତଃ ଶୁଖିଲା ରହିବା ସମ୍ଭାବନା ରହିଛି।୮ ତାରିଖ ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୯ ତାରିଖରେ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଓ ୧୦ ତାରିଖରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
Prev Post
Next Post
