ଗିରଫହେଲେ ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସଭାପତି

ଭୁବନେଶ୍ୱର,୧୩/୧୧(ଏସଏସନିୟୁଜ) ମମିତାଙ୍କୁ ନ୍ୟାୟ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତକୁ ଜୋରଦାର ବିରୋଧ କରାଯିବ ବୋଲି କଂଗ୍ରେସ ଓ ବିଜେପି ପକ୍ଷରୁ ଚେତାବନୀ ଦିଆଯାଇଥିଲା ।ତେଣୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି ଇରାଶିଷ ଆଚାର୍ଯ୍ୟଙ୍କୁ ଭଟଲିରୁ ପୁଲିସ ଗିରଫ କରିଥିବାର ଖବର ମିଳିଛି। ଏହାସହ ବରଗଡ଼ରେ ଜିଲ୍ଲା କଂଗ୍ରେସ ସଭାପତିଙ୍କ ସମେତ ୫ ଜଣ ଓ ପଦ୍ମପୁରରୁ ବିଜେପି କୃଷକ ମୋର୍ଚ୍ଚା ସଭାପତି ଶ୍ରୀକାନ୍ତ ମିଶ୍ରଙ୍କ ସମେତ ୮ଜଣ ନେତାଙ୍କୁ ପୁଲିସ୍ ଉଠାଇ ନେଇଥିବାର ଜଣାପଡିଛି ।ମୁଖ୍ୟମନ୍ତ୍ରୀ ଆଜି ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରିବା ସହ ୧୭୯.୬୬ କୋଟି ଟଙ୍କାର ୪୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ୧୧୫.୪୩ କୋଟି ଟଙ୍କାରେ ନିର୍ମିତ ୧୦୮ଟି ପ୍ରକଳ୍ପର ଉଦଘାଟନ କରିବେ।

- Advertisement -

Leave A Reply

Your email address will not be published.