ଆଜିର ରାଶିଫଳ

ତାରିଖ-୦୪-୦୧-୨୦୨୨, ମଙ୍ଗଳବାର

0 382

ମାଁ ପରମେଶ୍ବରୀ ନମଃ ,ମାସ- ପୌଷ,ପକ୍ଷ- ଶୁକ୍ଳ,ତିଥି- ଦ୍ଵିତୀୟା,ଚନ୍ଦ୍ର ଶୁଦ୍ଧି- ମେଷ ବୃଷ କର୍କଟ କନ୍ୟା ବିଛା ଧନୁ ମକର ମୀନ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ସିଂହ ରାଶିର ଘାତ ଚନ୍ଦ୍ର,ଦ୍ବିତୀୟା ର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ନିଷିଦ୍ଧ ଖାଦ୍ୟ- ବୋଇତିକଖାରୁ ସଂନ୍ଧ୍ୟା ଘ,୦୫-୨୯ମି ଗତେ ପୋଟଳ ଭକ୍ଷଣ ନିଷେଧ
ମେଷ: ଆମୋଦପ୍ରମୋଦ,ବୃଷ: ଦୁଃଖ ଶୋକ,ମିଥୁନ: ମାନହାନି, କର୍କଟ: ପ୍ରତିଶୋଧ, ସିଂହ: ଦୃଢ଼ ସଂକଳ୍ପ,କନ୍ୟା: ଅପେକ୍ଷା, ତୁଳା: ସୁଖସମ୍ମାନ, ବିଛା: ଆବଦ୍ଧ ଯୋଗ,ଧନୁ: ଆୟବୃଦ୍ଧି,ମକର: ପରିଶ୍ରମ, କୁମ୍ଭ : ସତ୍ ସଙ୍ଗ, ମୀନ: ଦୁଃଖ ଶୋକ
ମେଷ :-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
ବୃଷ :-ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
ମିଥୁନ :-ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କର୍କଟ:-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
ସିଂହ :-ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
କନ୍ୟା:-ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
ତୁଳା :- ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
ବିଛା :-କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
ଧନୁ :-ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
ମକର :-ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
କୁମ୍ଭ :-ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ମୀନ :-କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।
ଯେଉଁମାନଙ୍କୁ ଖୁସି ଦେବାପାଇଁ ଚାହୁଁଛନ୍ତି କିମ୍ବା ସେମାନଙ୍କ ପାଇଁ ଯଦି କିଛି କରିବାକୁ ଚାହୁଁଛନ୍ତି ତେବେ ଏବେଠାରୁ ଖୁସି କରିବାପାଇଁ, ସେମାନଙ୍କ ପାଇଁ କିଛି କରିବାପାଇଁ ପ୍ରୟାସ ଆରମ୍ଭ କରିଦିଅନ୍ତୁ….ଯେହେତୁ….କାଲି ବୋଲି କିଛି ନଥାଏ। ସବୁ ଆଜି ଆଉ ଏବେ ହିଁ କରନ୍ତୁ। ତାଜମହଲ ମଧ୍ୟ ମୁମତାଜ ଙ୍କ ନାରେ କରାହେଇଥୁଲା କିନ୍ତୁ ସେ ତ ଦେଖିନଥିଲେ….ଆପଣଙ୍କ ପାଇଁ ଦିନଟି ମଙ୍ଗଳମୟ ହେଉ-ଜୟ ଶ୍ରୀ ରାମ

Leave A Reply

Your email address will not be published.