ଆଜିର ରାଶିଫଳ

0 392

ଜୁନ ମାସ ୧୯ ତାରିଖ ୨୦୨୨ ମସିହା(ରବିବାର)ଆଷାଢ଼-କୃଷ୍ଣପକ୍ଷ ,ତିଥି- ଷଷ୍ଠୀ ରାତ୍ରି  ଘ୧୦/୨୭ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୧୯ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୩୯ ,ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର ,ମେଷ ରାଶିର ଘାତବାର ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ , ନିମ୍ବ ଭକ୍ଷଣ ନିଷେଧ ।‌ 

ମେଷ-ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ ।‌ ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ ।‌ ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ ।‌ କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ ।‌ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ ।‌ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।

ବୃଷ-ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ ।‌ ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ ।‌ କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ ।‌ବ୍ୟାପାର ଲାଭଦାୟକ ରହିବ ।‌ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ ।‌

ମିଥୁନ-ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ ।‌ ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।‌ କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ ।‌ ବ୍ୟାପାର ମଧ୍ୟମ ରହିବ ।‌ ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।‌

କର୍କଟ-ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ ।‌ ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ ।‌ ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ ।‌କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ ।‌ ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ  ।

ସିଂହ-ଆଜି ବ୍ୟୟବୃଦ୍ଧି ହେବ ।‌ ଚକ୍ଷୁ ପୀଡା ଦେଖାଦେବ ।‌ ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ ।‌ କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ।‌ ବ୍ୟାପାରରେ କ୍ଷତି ସହିପାରନ୍ତି ।‌ ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ ।‌

କନ୍ୟା-ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ ।‌ ଶୁଭ ସମାଚାର ମିଳିପାରେ ।‌ କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ।‌ ବ୍ୟାପାର ଲାଭଦାୟୀ ରହିବ ।‌ ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ।‌

ତୁଳା-ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ ।‌ ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ ।‌ ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ ।‌ କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି ।‌ ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ ।‌ ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ ।‌

ବିଛା-ଆଜି ଉପହାର ମିଳିପାରେ ।‌କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ ।‌ କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ ।‌ କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ ।‌ ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ ।‌ପରିବାରରେ ସୁଖରେ ସମୟ କାଟିବେ।‌

ଧନୁ-ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି ।‌ ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ।‌ କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି।‌ କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ ।‌ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି ।‌ ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ ।‌

ମକର-ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ ।‌ ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।‌ ଅଯଥା ଖର୍ଚ୍ଚ ବଢ଼ିଯିବ ।‌ କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ ।‌ ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ  ।

କୁମ୍ଭ-ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ ।‌କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ ।‌ ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ ।‌ ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ ।‌ କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ।‌ ବ୍ୟାପାରରେ ଦିନଟି ଅଶୁଭ ରହିପାରେ ।‌ ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ ।‌

ମୀନ-ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି ।‌ ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ ।‌ ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ  କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ ।‌ ବ୍ୟାପାରରେ ପାର୍ଟନର ସହ  ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି  ।

!! ଯେତେବେଳେ କୌଣସି ଗଛର ଛାଇରେ ମୁହୂର୍ତ୍ତେ ଛିଡା ହୋଇ ଉସ୍ବାସ ଲାଭ କରୁଛନ୍ତି ସେ ସମୟରେ ଚିନ୍ତା କରିବା ଆବଶ୍ୟକ ଯେ ଚାରା ଅନ୍ୟ କେହି ରୋପଣ କରିଥିଲା , ଏଣୁ ସବୁବେଳେ ସ୍ବାର୍ଥପର ନହୋଇ ଅନ୍ୟମାନଙ୍କ ନିମନ୍ତେ ମଧ୍ୟ ଚିନ୍ତା କରିବା ଉଚିତ ।‌ କାହା ଉପରେ ଭରସା କରିବା ସମୟରେ ଟିକିଏ ସାବଧାନ ରୁହନ୍ତୁ , କାହିଁକିନା ମିଶ୍ରି ଆଉ ଫିଟିକିରି ଦେଖିବାକୁ ଏକାଭଳି !!🙏🏻ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା🙏🏻

Leave A Reply

Your email address will not be published.