ଆଜି ୧୮ ଜିଲ୍ଲାରେ ଝଡ଼ବର୍ଷା

ଭୁବନେଶ୍ବର,୨୩ା୪(ଏସଏସନିଉଜ) ରାଜ୍ୟରେ ଅଧିକାଂଶସ୍ଥାନରେ କାଳବୈଶାଖୀ ପ୍ରଭାବ ଫଳରେ ତାତିରୁ ଆଶ୍ବସ୍ତି ମିଳିଛି। ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଆଦି ୧୮ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ଢେଙ୍କାନାଳ, ବୌଦ୍ଧ, କଟକ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଆଦି ୮ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ରହିଛି। ଏହାକୁ ନଜରରେ ରଖି ଏହି ୮ ଜିଲ୍ଲା ପାଇଁ ‌ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

- Advertisement -

Leave A Reply

Your email address will not be published.