ଭୁବନେଶ୍ୱର,୧୭ା୭(ଏସଏସନିଉଜ) ଆସନ୍ତା ୫ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଦକ୍ଷିଣ ଓଡ଼ିଶାର ୭ ଜିଲା ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ମାଲକାନଗିରିକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦୁଇଟି ଲଘୁଚାପ ପ୍ରଭାବରେ ବଢ଼ିବ ବର୍ଷା ପରିମାଣ। ବର୍ତ୍ତମାନ ଦକ୍ଷିଣ ଛତିଶଗଡ଼ ଓ ସଂଲଗ୍ନ ବିଦର୍ଭ ଉପରେ ରହିଛି ଲଘୁଚାପ । ୧୯ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଥିବାର ପାଣିପାଗ କେନ୍ଦ୍ର ପୁର୍ବାନୁମାନ କରିଛି ।
