ଭୁବନେଶ୍ୱର, ୧୯ା୮(ଏସଏସନିଉଜ) ଆସନ୍ତା ବର୍ଷରୁ ହେବ ଛାତ୍ର ସଂସଦ ନିର୍ବାଚନ ହେବାନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ବିଭିନ୍ନ କଲେଜରେ ଛାତ୍ର ସଂସଦ ନିର୍ବାଚନ ନେଇ ସମସ୍ତ ପ୍ରସ୍ତୁତି କରାଯିବ । ଛାତ୍ର ସଂସଦ ନିର୍ବାଚନ ନେଇ ନିଷ୍ପତ୍ତି ହୋଇସାରିଥିବା ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ।ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ନୂଆହାଟ ସ୍ଥିତ ବିଷ୍ଣୁ ସାମନ୍ତରାୟ ମହାବିଦ୍ୟାଳୟର ୪୫ ତମ ପ୍ରତିଷ୍ଠା ଦିବସରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ‘ଆସନ୍ତା ବର୍ଷଠୁ କଲେଜରେ ଛାତ୍ର ସଂସଦ ନିର୍ବାଚନ ହେବ । ସେପ୍ଟେମ୍ବରରେ କଲେଜ ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଥାଏ ।ହେଲେ ନୂଆସରକାର ଗଠନହେବା ପରଠୁ ଯଥେଷ୍ଟ ସମୟନଥିବାରୁ ଚଳିତ ବର୍ଷ ଛାତ୍ରସଂସଦ ନିର୍ବାଚନ ହୋଇପାରିନି । ଛାତ୍ରସଂସଦ ନିର୍ବାଚନପାଇଁ ଏନେଇ କଲେଜଗୁଡିକୁ ପ୍ରସ୍ତୁତ କରାଯିବ ।
