ଆଜିର ରାଶିଫଳ

ଫେବୃଆରୀମାସ ୧୩ତାରିଖ ୨୦୨୫ମସିହା (ଗୁରୁବାର)ଫାଲଗୁନମାସ- କୃଷ୍ଣପକ୍ଷ,ତିଥି- ପ୍ରତିପଦ ରାତ୍ର ଘ ୦୮/୩୧ ଗତେ ଦ୍ଵିତୀୟା,ନକ୍ଷତ୍ର- ମଘା ରାତ୍ର ଘ୦୯/୫୫ ଗତେ ପୂର୍ବାଫା,ସୁର୍ୟୋଦୟ-ପ୍ରାତଃ ଘ୦୬/୨୧,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୨/ ୦୮,ଯୋଗିନୀ ପୂର୍ବେ ରାତ୍ରି ଘ୦୮/୩୧ଗତେ ଉତ୍ତରେ,ପ୍ରତିପଦ ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କର୍କଟ ଓ ମକରରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭରାଶିର ଘାତବାର,କାଳବେଳା ଓ ବାରବେଳା-ଦିବା ଘ୦୨/ ୫୪ ଗତେ ଘ୦୫/୪୫ମଧ୍ୟେ,ବିଶୁଦ୍ଧ ଅମୃତବେଳା- ରାତ୍ରି ଘ୧୨/୫୫ଗତେ ଘ୦୩/୨୦ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୭/୫୫ ମଧ୍ୟେ ଓ ଦିବା ଘ୧୧/୦୬ଗତେ ଘ୦୧/୩୦ ମଧ୍ୟେ,ଅଦ୍ୟ ପାଣିକଖାରୁ ଭକ୍ଷଣ ନିଷେଧ।
ମେଷ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ ।ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ।ଅଫିସରେ କୌଣସି ବିଷୟନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।
ବୃଷ:-ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନପାରେ।
ମିଥୁନ:-ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
କର୍କଟ:-ଆଜି ଅଫିସ୍‌ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ଭୁଲ୍‌ମାର୍ଗର ଅନୁସରଣ କରିପାରନ୍ତି।ଜମିଜମା କାରବାର,ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।
ସିଂହ:-ଆଜି ବ୍ୟୟବୃଦ୍ଧି ଓ ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ।କିନ୍ତୁ ଶନିଙ୍କ ସମ୍ବନ୍ଧଜନିତ ମାନସିକ ଅବସାଦ ବଢ଼ିବାକାରଣରୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ ।ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁନାହିଁ ।ମାଲିମକଦ୍ଦମା କିମ୍ବା ବିବାଦୀୟଘଟଣାରେ ସନ୍ତୋଷଜନକ ଫଳ ପାଇବେ।
କନ୍ୟା:-ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ । ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ।ଆଜି ଦିନଟି ଦେହଭଲ ରହିବା ସହିତ ମନ ଆନନ୍ଦିତ ରହିବ।
ତୁଳା:-ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ହସ୍ତା ନକ୍ଷତ୍ର ସକାଶେ ସକାଳୁ ସକାଳୁ ଧାର, କରଜ କିମ୍ବା ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି। ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।
ବିଛା:-ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ। ଦୀର୍ଘ ସମୟର କାର୍ଯ୍ୟ ବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରି ପାରନ୍ତି।ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠାବଢ଼ିବ।କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଓ ଆତ୍ମୀୟତାରେ ଉତ୍‌ଫୁଲ୍ଲିତ ହୋଇପାରନ୍ତି।
ଧନୁ:-ଆଜିର ଆପଣଙ୍କ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ଉତ୍ତରାଷାଢ଼ା ନକ୍ଷତ୍ର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବାପାଇଁ ଚେଷ୍ଟାକରି କେତେକାଂଶ ରେ ଉପକୃତହେବେ।ଦୀର୍ଘଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।
ମକର:-ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶା ରହିଛି । ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଫଇସଲା ହୋଇଯିବ।
କୁମ୍ଭ:-ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେ ନାହିଁ। ଘର ସାଜସଜ୍ଜାରେ, ଆନୁଷ୍ଠାନିକ କାମରେ, ନୃତ୍ୟ ଓ ସଙ୍ଗୀତରେ ମଜ୍ଜି ରହିପାରନ୍ତି। ଆର୍ଥିକ ଦିଗ ଭଲ ରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନିଯୋଗ କରିବାପାଇଁ ଚିନ୍ତା କରିବେ।ପ୍ରତ୍ୟେକକ୍ଷେତ୍ରରେ ସତର୍କ ରହି କାମକରିବା ଭଲହେବ।
ମୀନ:-ପ୍ରତ୍ୟେକ କର୍ମରେ ଶୁଭଫଳ ପାଇବେ। କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି।ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି। ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
!! ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା!!

- Advertisement -

Leave A Reply

Your email address will not be published.