ଆଜିର ରାଶିଫଳ

ମଇମାସ ୦୨ତାରିଖ ୨୦୨୫ମସିହା(ଶୁକ୍ରବାର)ବୈଶାଖ ମାସ- ଶୁକ୍ଳପକ୍ଷ ,ତିଥି- ପଞ୍ଚମୀ ଦିବା ଘ ୦୯/୧୪ ଗତେ ଷଷ୍ଠୀ ,ନକ୍ଷତ୍ର- ଆର୍ଦ୍ରା ଦିବା ଘ୦୧/୪୩ ଗତେ ପୁନର୍ବସୁ ,ସୁର୍ୟୋଦୟ-ପ୍ରାତଃ ଘ୦୫/୨୨/୦୯ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୭/୨୯ ,ଯୋଗିନୀ ଦକ୍ଷିଣେ ଦିବା ଘ୦୯/୧୪ ଗତେ ପଶ୍ଚିମେ ,କନ୍ୟାରାଶିର ଘାତଚନ୍ଦ୍ର ,ବିଛା,ଧନୁ ଓ ମୀନରାଶିର ଘାତବାର ,ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ମୃତେ ଦିବା ଘ୦୧/୪୩ ଗତେ ଏକପାଦ ପୁଷ୍କରଦୋଷ ,କାଳବେଳା ଓ ବାରବେଳା- ଦିବା ଘ୦୮/୨୫ ଗତେ ଘ୧୧/୩୬ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୫୮ମଧ୍ୟେ ଓ ଘ୦୭/୪୫ ଗତେ ଘ୦୮/୨୪ ମଧ୍ୟେ ଓ ଘ୧୨/୩୩ଗତେ ଘ୦୨/୧୦ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୧୦/୫୦ ଗତେ ଘ୧୧/୪୫ ମଧ୍ୟେ ,ଅଦ୍ୟ ବେଲ ଓ ଦିବା ଘ ୦୯/୧୪ଗତେ ନିମ୍ବ ଭକ୍ଷଣ ନିଷେଧ
ମେଷ:-ମନରେ ଧାର୍ମିକଭାବନା ଉଦୟହେବ।ବିନାସ୍ବାର୍ଥରେ ଅନ୍ୟର ସହାୟତାକରି ଖୁସି ଅନୁଭବ କରିବେ।କ୍ୟାରିୟର ଓ ଚାକିରିରେ ସଫଳତାମିଳିବ।ବନ୍ଧୁଙ୍କସହିତ ରାତ୍ରିଭୋଜନ ପାଇଁ ବାହାରକୁ ଯିବେ।
ବୃଷ:-ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ:-ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।
କର୍କଟ:-ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।
ସି˚ହ:-ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।
କନ୍ୟା:-ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ।କୌଣସି ବଡ଼ନେଣଦେଣ କରିପାରନ୍ତି।ପ୍ରେମଆଳାପରେ ସତେଜତା ଅନୁଭବ କରିବେ।
ତୁଳା:-ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।
ବିଛା:-ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସିକାମ ପୂରାହୋଇପାରେ।ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।
ଧନୁ:-ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।
ମକର:-ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।
କୁମ୍ଭ:-ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ।
ମୀନ:-ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗାମାୟା!!

- Advertisement -

Leave A Reply

Your email address will not be published.