ଜୁନମାସ ୨୨ତାରିଖ ୨୦୨୫ମସିହା (ରବିବାର)ଆଷାଢ଼ମାସ- କୃଷ୍ଣପକ୍ଷ,ତିଥି- ଦ୍ୱାଦଶୀ ରାତ୍ରି ଘ୦୧/୩୩ ଗତେ ତ୍ରୟୋଦଶୀ,
ନକ୍ଷତ୍ର-ଦ୍ଵିଜା ସନ୍ଧ୍ୟା ଘ୦୬/୨୩ ଗତେ କୃତ୍ତିକା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୩/୦୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୫୫,ଯୋଗିନୀ ନୈରୁତେ ରାତ୍ରି ଘ୦୧/୩୩ ଗତେ ଦକ୍ଷିଣେ,ମେଷରାଶିର ଘାତଚନ୍ଦ୍ର,ମେଷ ରାଶିର ଘାତବାର,ଦ୍ଵାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା ଓ ବାରବେଳା- ଦିବା ଘ୧୦ /୧୩ ଗତେ ଘ୦୧/୩୨ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୪୮ ଗତେ ଘ୦୯/୧୩ମଧ୍ୟେ ଓ ରାତ୍ରି ଘ୦୭/୪୮ ଗତେ ଘ୧୧/୦୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୩୮ ଗତେ ଘ୦୪/୨୬ ମଧ୍ୟେ,ଅଦ୍ୟ ପୋଇ ଭକ୍ଷଣ ନିଷେଧ।
ମେଷ:-ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।
ବୃଷ:-ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ ଏବଂ ମାନସିକ ରୂପରେ ସ୍ଵାସ୍ଥ୍ୟ ଭଲ ରହିବ।
ମିଥୁନ:- ଆଜି ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇ ପାରେ।ଆପଣଙ୍କଦିନ ଶାରୀରିକ ଏବଂ ମାନସିକ ଅସୁସ୍ଥତାସହିତ କଟିବ। ଈଷ୍ଟଦେବତାଙ୍କର ଧ୍ୟାନରେ ସମସ୍ୟାର ନିବାରଣହେବ।ଉଚ୍ଚଅଧିକାରୀମାନଙ୍କ ସହିତ ବାଦବିବାଦରେ ପଡ଼ନ୍ତୁନାହିଁ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ।
କର୍କଟ :- ଆଜି ବ୍ୟାପାରରେ ଲାଭ ହେବ ଏବଂ ଆୟରସ୍ରୋତରେ ବୃଦ୍ଧି ହୋଇପାରେ। ମିତ୍ର ମାନଙ୍କଠାରୁ ଲାଭ ହେବ ଏବଂ ତାଙ୍କ ସହିତ ସାକ୍ଷାତକରି ଆନନ୍ଦଲାଭ କରିବେ। ବିବାହୋତ୍ସୁକ ମାନଙ୍କ ପାଇଁ ବିବାହରଯୋଗ ଭଲଅଛି।ଶାରୀରିକ ଏବଂ ମାନସିକସ୍ୱାସ୍ଥ୍ୟ ଭଲ ରହିବ।
ସିଂହ:- ଆଜି ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପ୍ରତିଭା ବଢ଼ିପାରେ। ଚାକିରିରେ ପ୍ରମୋଶନ ହୋଇ ପାରେ। ପିତାଙ୍କର ସଂପତ୍ତିରେ ଲାଭ ହେବ। ସରକାରଙ୍କ ସହିତ ଧନର ବ୍ୟବହାର ସଫଳ ରହିବ।ଆପଣଙ୍କ ଆତ୍ମବିଶ୍ଵାସରେ ପ୍ରତ୍ୟେକ କାର୍ଯ୍ୟ ସଫଳତାପୂର୍ବକ ସଂପନ୍ନ ହେବ।
କନ୍ୟା :- ଆଜିର ଦିନ ବହୁତ ଶୁଭ ଅଟେ। ମିତ୍ର ଏବଂ ସମ୍ବନ୍ଧିମାନଙ୍କ ସହିତ ହୋଇଥିବା ସାକ୍ଷାତର କାରଣରୁ ଆନନ୍ଦ ମିଳିବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବ ଭାଇ-ଭଉଣୀମାନଙ୍କ ଠାରୁ ଆର୍ଥିକ ଲାଭ ହେବ।ଜୀବନସାଥୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ।
ତୁଳା :- ଆଜି ଧାର୍ମିକକାର୍ଯ୍ୟ ଏବଂ ଯାତ୍ରାପାଇଁ ସମୟ ଅନୁକୂଳଅଟେ।ବାଣୀଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ।ସରକାର ବିରୋଧୀ ପ୍ରବୃତ୍ତି ଏବଂ କ୍ରୋଧରୁ ଦୂରରୁହନ୍ତୁ।ନୂଆ ସମ୍ବନ୍ଧ ଅନିଷ୍ଟକାରକ ହୋଇପାରେ। ପରିଜନମାନଙ୍କ ସହିତ କଳହର ପ୍ରସଙ୍ଗ ବନିପାରେ।
ବିଚ୍ଛା :-ଆଜି ଆପଣ ମିତ୍ର ତଥା ସ୍ଵଜନମାନଙ୍କ ସହିତ କୌଣସି ମନୋରଞ୍ଜନ ସ୍ଥଳ କିମ୍ବା ପର୍ଯ୍ୟଟନ ସ୍ଥଳକୁ ଯାତ୍ରା କରି ମନ ପ୍ରସନ୍ନ ହେବ। ସମାଜରେ ମାନ-ସମ୍ମାନ ମିଳିବ।ସାମାନ୍ୟ ଦୈନିକ କାର୍ଯ୍ୟଗୁଡ଼ିକ ଭୁଲିକରି ଆମୋଦ-ପ୍ରମୋଦରେ ବୁଡ଼ି ରହିପାରନ୍ତି।
ଧନୁ :-ପରିବାରରେ ଆନନ୍ଦର ବାତାବରଣ ରହିବ, ଯାହାଦ୍ୱାରା ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ। ଆପଣଙ୍କସ୍ଵାସ୍ଥ୍ୟ ମଧ୍ୟ ଭଲ ରହିବ। ବ୍ୟବସାୟରେ ମଧ୍ୟ ଦିନ ଲାଭଦାୟୀ ରହିବ।ସହକର୍ମିମାନଙ୍କର ସହଯୋଗ ମିଳିବ ଏବଂ ଆର୍ଥିକ ଲାଭହେବ।ଆପଣଙ୍କପାଇଁ ହର୍ଷୋଲ୍ଲାସର ଦିନ ରହିବ।
ମକର:- ପାରିବାରିକ ଜୀବନରେ ଶାନ୍ତି ବନାଇ ରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନା ହେଉ, ଏହାର ଧ୍ୟାନରଖିବେ। ଅଫିସ୍ ରେ ଉଚ୍ଚଅଧିକାରୀମାନଙ୍କର ଅସନ୍ତୋଷ ର ସାମନା କରିବାକୁ ପଡ଼ିପାରେ।
କୁମ୍ଭ:- ଆଜି ଆପଣଙ୍କମନ ବହୁତ ସମ୍ବେଦନଶୀଳ ରହିବ। ବିଦ୍ୟାର୍ଥିମାନଙ୍କପାଇଁ ସମୟ ଭଲଅଟେ। ଆଜିର ଆୟୋଜିତ ପ୍ରତ୍ୟେକକାର୍ଯ୍ୟ ଭଲ ଭାବରେ ସଂପନ୍ନହେବ।ମହିଳାମାନଙ୍କର ସୌନ୍ଦର୍ଯ୍ୟ ପ୍ରସାଧନ ପଛରେ ଖର୍ଚ୍ଚ ହୋଇପାରେ।
ମୀନ :-ଆବଶ୍ୟକ ନିର୍ଣ୍ଣୟଗୁଡ଼ିକ ପାଇଁ ଆଜିରଦିନ ଅତି ଉତ୍ତମଅଟେ।ଆପଣଙ୍କ ସୃଜନାତ୍ମକଶକ୍ତି ଗୁଡ଼ିକରେ ବୃଦ୍ଧିହେବ।ବୈଚାରିକ ଦୃଢ଼ତା ଏବଂ ମାନସିକସ୍ଥିରତା କାରଣରୁ କାର୍ଯ୍ୟ ସଫଳତାରେ ସରଳତା ହେବ।
!!ଜୟଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Prev Post
Next Post
