ଆଜିର ରାଶିଫଳ

ଏହି ନିୟମ ମାନିଲେ ଘରର ହେବ ମଙ୍ଗଳ...

ଜୁଲାଇମାସ ୧୧ତାରିଖ ୨୦୨୫ମସିହା (ଶୁକ୍ରବାର) ଆଷାଢ଼ମାସ- କୃଷ୍ଣପକ୍ଷ,ତିଥି- ପ୍ରତିପଦ ରାତ୍ରି ଘ୦୨/୨୦ ଗତେ ଦ୍ଵିତୀୟା,ନକ୍ଷତ୍ର-ପୁର୍ବାଷାଢ଼ା ପ୍ରାତଃ ଘ୦୬/୫୦ ଗତେ ଉତ୍ତରାଷାଢ଼ା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୯/୧୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୨୬,ଯୋଗିନୀ ପୂର୍ବେ ରାତ୍ରି ଘ୦୨/୨୦ ଗତେ ଉତ୍ତରେ,ସିଂହ ରାଶିର ଘାତଚନ୍ଦ୍ର,ବିଛା,ଧନୁ ଓ ମୀନ ରାଶିର ଘାତବାର,ପ୍ରତିପଦର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା ଓ ବାରବେଳା- ଦିବା ଘ୦୮/୩୫ଗତେ ଘ୧୧/୫୦ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୧୧/୫୧ଗତେ ଘ୦୧/୪୬ ମଧ୍ୟେ ରାତ୍ରି ଘ୦୮/୩୮ ଗତେ ଘ୦୧/୦୨ ମଧ୍ୟେ, ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୬/୧୦ ଗତେ ଘ୦୭/୦୪ ମଧ୍ୟେ,ଅଦ୍ୟ ପାଣିକଖାରୁ ଭକ୍ଷଣ ନିଷେଧ।
ମେଷ-ଆଜି ଯାତ୍ରା, ବ୍ୟବସାୟ, ନୂତନବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।
ବୃଷ-ଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍‌ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମିଥୁନ-ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ମୃଗଶିରା ନକ୍ଷତ୍ର ସନ୍ତାନ ହେତୁକ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। କୌଣସି ଗୋଳ ମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ ,ବ୍ୟବସାୟ କିମ୍ବା ପରିବହନରେ ବାଧା ଓ ଶତ୍ରୁ ବୃଦ୍ଧି ହେବ।
କର୍କଟ-ଆଜି ବିଳମ୍ବିତ ସମୟରେ ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳ ରେ କ୍ଷତିରେ ହିଁ ପଡିପାରନ୍ତି।
ସିଂହ-ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ।ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌କାମ କରିପାରନ୍ତି। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା,ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତାଖୋଜି ବାହାର କରିବାରେ ସମର୍ଥ ହେବେ।
କନ୍ୟା-ଆଜି ଉପୁଜିଥିବା ପ୍ରତିବନ୍ଧକ କୁ ବନ୍ଧୁଙ୍କ ମାଧ୍ୟମରେ ମେଣ୍ଟାଇବେ।କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ।
ତୁଳା-ଆପଣସାମାଜିକ ପ୍ରତିଷ୍ଠା ସହ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ଆଗଭଳି ପ୍ରିୟ ବନ୍ଧୁଟିର ମନୋଭାବ ନ ଥିବା ତାହାଙ୍କର କାର୍ଯ୍ୟଶୈଳୀରୁ ଅନୁଭବ କରିପାରନ୍ତି।
ବିଛା-ଅଧିକାଂଶ କ୍ଷେତ୍ରରେ ବିଚାର ବିଗିଡିଯାଉଥିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। ଆର୍ଥିକ ଦିଗକୁ ପରିପୁଷ୍ଟ କରିବେ ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ଧନୁ-ଆଜି ଦିନଟି ଆପଣଙ୍କ ପାଇଁ କ୍ଷତିକାରକ ହେବନାହିଁ। କିନ୍ତୁ କାଳକ୍ଷେପଣ ନୀତି ସଙ୍ଗକୁ ଆଳସ୍ୟ ଓ ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମକର-ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ। ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ଫେରିପାରିବେ ନାହିଁ।
କୁମ୍ଭ-ସମ୍ପର୍କୀୟଙ୍କ ସହ ବିବାଦ ଘନେଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ। ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ମୀନ-ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍‌ନା କରି ନ ପାରି ବିବ୍ରତ ବୋଧ କରି ପାରନ୍ତି। ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।

ଏହି ନିୟମ ମାନିଲେ ଘରର ହେବ ମଙ୍ଗଳ…
୧) ଗୁରୁବାରଦିନ କେହି ଦୁଆରମୁହଁକୁ ଆସି ଡାକନ୍ତି ତାଙ୍କୁ କେବେ ବି ଖାଲିହାତରେ ପଠାନ୍ତୁ ନାହି।
୨) ଗୁରୁବାରଦିନ ପିନ୍ଧିଥିବା ଲୁଗାରେ କେବେବି ବିଞ୍ଚି ହୁଅନ୍ତୁନାହିଁ ବା ସେଥିରେ ମୁଁହପୋଛନ୍ତୁ ନାହି।
୩) ପିନ୍ଧିଥି ବା ସୁନା କେବେବି ଗୁରୁବାରଦିନ ନିଜ ଶରୀରରୁ କାଢ଼ନ୍ତୁନାହିଁ ।
୪) ଗୁରୁବାରଦିନ ନଖ, ଚୁଟି କାଟନ୍ତୁ ନାହିଁ ।
୫) ବୁଢିଆଣୀଜାଲ ଗୁରୁବାରଦିନ ଝାଡନ୍ତୁନାହିଁ!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

- Advertisement -

Leave A Reply

Your email address will not be published.