ଭୁବନେଶ୍ୱର,୧୧।୭(ଏସଏସନିଉଜ)ଆନ୍ଦୋଳନ ବନ୍ଦ ହେବନି ବୋଲି କହିଲେ ଡ୍ରାଇଭର ସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି।ସରକାର ଲିଖିତ ପ୍ରତିଶ୍ରୁତି ନ ଦେବା ଯାଏଁ ଆନ୍ଦୋଳନ ବନ୍ଦ ହେବନି।ଆନ୍ଦୋଳନରେ ସାମିଲ୍ ହେବାକୁ ୩୦ ଜିଲ୍ଲାର ଡ୍ରାଇଭରଙ୍କୁ ଅନୁରୋଧ କରୁଛି।ରାଜରାସ୍ତାରେ ବିଶୃଙ୍ଖଳା କିମ୍ବା ଗାଡ଼ି ଅଟକାଇଲେ ସରକାର ଆକ୍ସନ ନେଇପାରନ୍ତି।ତେଣୁ ଆମେ ଶାନ୍ତିପୂର୍ଣ୍ଣ ଧାରଣାରେ ବସିବା, ଆନ୍ଦୋଳନ ବନ୍ଦ ହେବନି ବୋଲି ମେଣ୍ଡୁଲି କହିଛନ୍ତି।
