ଆଜିର ରାଶିଫଳ

ଜୁଲାଇମାସ ୧୨ତାରିଖ ୨୦୨୫ମସିହା(ଶନିବାର)ଶ୍ରାବଣମାସ-କୃଷ୍ଣପକ୍ଷ ,ତିଥି- ଦ୍ଵିତୀୟା ରାତ୍ରି ଘ୦୧/୫୫ଗତେ ତୃତୀୟା ,ନକ୍ଷତ୍ର-ଉତ୍ତରାଷାଢ଼ା ଦିବା ଘ୦୭/୨୭ଗତେ ଶ୍ରବଣ। ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୯/୩୨ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୧୬ ,ଯୋଗିନୀ ଉତ୍ତରେରାତ୍ରି ଘ୦୧/୫୪ଗତେ ଅଗ୍ନି କୋଣେ ,ସିଂହରାଶିର ଘାତଚନ୍ଦ୍ର ,ବୃଷ,ସିଂହ ଓ କନ୍ୟାରାଶିର ଘାତବାର ,ଦ୍ଵିତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,କାଳବେଳା -ଦିବା ଘ୦୬/୫୮ମଧ୍ୟେ ଓ ଦିବା ଘ୦୪/୫୦ଗତେ ଘ୦୬/୨୬ମଧ୍ୟେ ,ବାରବେଳା- ଦିବା ଘ୦୧/୩୮ ଗତେ ଘ୦୩/୨୫ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୩/୪୩ଗତେ ଘ୦୪/୪୯ମଧ୍ୟେ ରାତ୍ରି ଘ୦୭/୧୦ ଗତେ ଘ୦୭/୫୪ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୯/୨୮ଗତେ ଘ୧୨/୧୦ ମଧ୍ୟେ ,ଅଦ୍ୟ ବୋଇତିକଖାରୁଭକ୍ଷଣ ନିଷେଧ।
ମେଷ:-ଆଜି ଦିନଟି ନିଜରକ୍ୟାରିୟର ସୁଧାରପାଇଁ ଭଲ ହେବ। କୌଣସି ଅନୁବନ୍ଧପାଇଁ ଭଲ ସୁଯୋଗ ମିଳିବ।ପାରିବାରିକ କାର୍ୟ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
ବୃଷ:-ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
ମିଥୁନ:-ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
କର୍କଟ:-ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
ସି˚ହ:-ଆଜି ଆପଣ କୌଣସିନିଷ୍ପତି ତରବରିଆଭାବେ କଲେ କ୍ଷତିରେ ପଡିପାରନ୍ତି।ସନ୍ତାନଙ୍କପକ୍ଷରୁ ଭଲ ଖବରପାଇବେ।ପରିବାରରେ ଏକତା ଓ ସୁଖ ବୃଦ୍ଧିହେବ।ବନ୍ଧୁଙ୍କସହିତ ଭ୍ରମଣରେ ଯିବାପାଇଁ ଯୋଜନା କରିବେ।
କନ୍ୟା:-ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ୟ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।
ତୁଳା:- ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
ବିଛା:-କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
ଧନୁ:-ଆପଣ ଅନ୍ୟମାନଙ୍କ ଭାବନାପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି।ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚିବଢ଼ିବ। ସ୍ଥଗିତ ଥିବା କାର୍ୟ୍ୟ କୌଣସି ବନ୍ଧୁଙ୍କଦ୍ବାରା ପୂରା ହେବ।ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
ମକର:-ଆପଣ ନିଜକାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟକରବାର ବୃଦ୍ଧିଲାଗି ଦିନଟି ବିଶେଷ ଶୁଭ। ଧନସ˚ପତ୍ତି ବୃଦ୍ଧି ହେବ।ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାରସହିତ ହସଖୁସିରେ ସମୟ କଟିବ।
କୁମ୍ଭ:-ଆଜି ଇଷ୍ଟଦେବୀଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
ମୀନ:-ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟକଚେରି ମାମଲାରେ ଚିନ୍ତା ବଢ଼ିପାରେ!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

- Advertisement -

Leave A Reply

Your email address will not be published.