ଡାକ୍ତର କରୁଣାକର ରାଉତଙ୍କୁ

ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୭(ଏସଏସନିଉଜ)ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନଚରଣମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି।ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକଜିଲ୍ଲା ସଦରମହକୁମା ହସ୍ପିଟାଲର ମାନସିକ ସ୍ୱାସ୍ଥ୍ୟ ଏବଂ କ୍ୟାନ୍‍ସରବିଭାଗର ବରିଷ୍ଠ ମେଡିକାଲ ଅଫିସରଭାବେ କାର୍ଯ୍ୟ କରୁଛନ୍ତି।
ସୂଚନାଯୋଗ୍ୟଯେ, ଡାକ୍ତର କରୁଣାକର ରାଉତଙ୍କ ନାମରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକେସ୍ ରୁଜ୍ଜୁ ହୋଇଥିଲା। ଡାକ୍ତର ରାଉତଙ୍କ ନାମରେ ମଧ୍ୟ ଡିପାର୍ଟମେଣ୍ଟାଲ ପ୍ରୋସିଡିଙ୍ଗ୍ କରାଯାଇଥିଲା। ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯିବା ସହିତ ଅନ୍ୟାନ୍ୟ ଦଣ୍ଡବିଧାନ ମଧ୍ୟ କରାଯାଇଥିଲା।ଇତିମଧ୍ୟରେ ଭିଜିଲାନ୍ସକୋର୍ଟ ପକ୍ଷରୁ ରାୟ ପ୍ରକାଶପାଇ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।
ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନ ଶୀଳତାନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଆସିଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅନେକ ସମୟରେ କହି ଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦୁର୍ନୀତି ନିବାରଣବିଭାଗ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇ ବିଭିନ୍ନ କ୍ଷେତ୍ରରେକାର୍ଯ୍ୟ କରୁଥିବା ଉଚ୍ଚ ପଦସ୍ଥଅଧିକାରୀ ଓ କର୍ମଚାରୀଙ୍କ ଉପରେ ଦୁର୍ନୀତି ଅଭିଯୋଗରେ ଚଢଉ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି।

- Advertisement -

Leave A Reply

Your email address will not be published.