ଅଗଷ୍ଟ ମାସ ୨୮ ତାରିଖ ୨୦୨୫ ମସିହା (ଗୁରୁବାର)ଭାଦ୍ରବ ମାସ- ଶୁକ୍ଳପକ୍ଷ,ତିଥି- ପଞ୍ଚମୀ ଦିବା ଘ୦୫/୩୦ ଗତେ ଷଷ୍ଠୀ,ନକ୍ଷତ୍ର- ଚିତ୍ରା ଦିବା ଘ୦୯/୦୪ ଗତେ ସ୍ଵାତୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୩୪/୨୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୨/୪୮,ଯୋଗିନୀ ଦକ୍ଷିଣେ ଦିବା ଘ୦୫/୩୦ ଗତେ ପଶ୍ଚିମେ, ତୁଳା ଓ କୁମ୍ଭ ରାଶିର ଘାତବାର,ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା ଓ ବାରବେଳା- ଦିବା ଘ୦୨/୫୧ ଗତେ ଘ୦୬/୦୨ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ରାତ୍ରି ଘ୧୨/୫୨ ଗତେ ଘ୦୨/୪୬ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୧୦ ମଧ୍ୟେ ଓ ଘ୧୦/୨୧ ଗତେ ଘ୧୨/୪୫ ମଧ୍ୟେ,ଅଦ୍ୟ ବେଲ ଦିବା ଘ୦୫/୩୦ ଗତେ ନିମ୍ବ ଭକ୍ଷଣ ନିଷେଧ।
ମେଷ👉 ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।
ବୃଷ👉ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ👉ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରିେବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
କର୍କଟ👉 ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସି˚ହ👉ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
କନ୍ୟା👉 ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
ତୁଳା👉 ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
ବିଛା:👉 ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।
ଧନୁ👉 ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ମକର👉 ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ।
କୁମ୍ଭ👉 ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
ମୀନ👉 ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
ଆଜିର ରାଶିଫଳ
Prev Post
Next Post
