ଆରପାରିରେ ନୂଆପଡ଼ା ବିଧାୟକ

ଭୁବନେଶ୍ୱର,୮ା୯(ଏସଏସନିଉଜ) ପୂର୍ବତନ ମନ୍ତ୍ରୀ ତଥା ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କର ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ମୃତ୍ୟୁ ହୋଇଥିବା ଜଣାଯାଇଛି।ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ନୂଆପଡ଼ା ବିଧାନସଭା ଆସନରୁ ରାଜେନ୍ଦ୍ର ୨୦୦୪ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଓ ୨୦୦୯ ମସିହାରେ ବିଜେଡି ପ୍ରାର୍ଥୀ ହୋଇ ନିର୍ବାଚିତ ହୋଇଥିଲେ। ୨୦୧୯ରେ ପୁଣି ବିଜେଡି ଟିକେଟରେ ନିର୍ବାଚିତ ହୋଇ ରାଜ୍ୟ ସରକାରଙ୍କ ଯୋଜନା ଓ ସଂଯୋଜନା ବିଭାଗର କ୍ୟାବିନେଟ୍‌ ମନ୍ତ୍ରୀ ହୋଇଥିଲେ। ୨୦୨୪ରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ନୂଆପଡ଼ାରେ ଶୋକର ଛାୟା ଖେଳିଯାଇଛି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ବିଧାୟକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

- Advertisement -

Leave A Reply

Your email address will not be published.