ଆଜିର ରାଶିଫଳ

ସେପ୍ଟେମ୍ବରମାସ ୧୪ତାରିଖ ୨୦୨୫ମସିହା(ରବିବାର)ଆଶ୍ୱିନମାସ- କୃଷ୍ଣପକ୍ଷ ,ତିଥି-ଅଷ୍ଟମୀ ରାତ୍ରି ଘ୦୩/୩୫ଗତେ ନବମୀ ,ନକ୍ଷତ୍ର- ରୋହିଣୀ ଦିବା ଘ୦୮/୪୪ ଗତେ ମୃର୍ଗଶିରା ,ସୁର୍ୟୋଦୟ-ପ୍ରାତଃ ଘ୦୫/୩୮/୦୭ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୫/ ୪୭/୪୯ ,ଯୋଗିନୀ ଐଶାନ୍ୟେ ରାତ୍ରି ଘ୦୩/୩୬ଗତେ ପୂର୍ବେ ,ବିଛାରାଶିର ଘାତଚନ୍ଦ୍ର ,ମେଷରାଶିର ଘାତବାର ,ଅଷ୍ଟମୀର ସମ୍ବତ୍ସାରିକଶ୍ରାଦ୍ଧ ମହାଳୟା ବିଧିରେ ହେବ ,କାଳବେଳା ଓ ବାରବେଳା- ଦିବା ଘ୧୦/୧୨ଗତେ ଘ୦୧/୧୫ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ ୦୬/୨୫ ଗତେଘ୦୯/୩୮ମଧ୍ୟେ ଓ ରାତ୍ରି ଘ ୦୭/୨୨ଗତେ ଘ୦୯/୦୮ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ ୦୬/୨୪ ମଧ୍ୟେ ଓ ରାତ୍ରି ଘ ୦୬/୩୩ ଗତେ ଘ୦୭/୨୧ମଧ୍ୟେ ,ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ
ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
ବୃଷ–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
ମିଥୁନ-ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
କର୍କଟ–ଆଜିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ ।ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
ସିଂହ– ଆଜିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ୟ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
କନ୍ୟା– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
ତୁଳା–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।
ବିଛା–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।
ଧନୁ–ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ ।କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
ମକର–ଏହି ରାଶିର ଲୋକମାନଙ୍କପାଇଁ ଆଜିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ ।ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମହେବ ।ଅଯଥା ବ୍ୟୟ ଯୋଗ ରହିଛି।
କୁମ୍ଭ–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।
ମୀନ–ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ୟ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

- Advertisement -

Leave A Reply

Your email address will not be published.