ଆଜିର ରାଶିଫଳ

ଅକ୍ଟୋବରମାସ ୧୦ତାରିଖ ୨୦୨୫ ମସିହା (ଶୁକ୍ରବାର)କାର୍ତ୍ତିକମାସ- କୃଷ୍ଣ,ତିଥି- ଚତୁର୍ଥୀ ରାତ୍ରି ଘ୦୭/୫୩ ଗତେ ପଞ୍ଚମୀ,ନକ୍ଷତ୍ର- କୁର୍ତ୍ତିକା ରାତ୍ରି ଘ୦୬/୨୨ ଗତେ ରୋହିଣୀ, ସୁର୍ୟୋଦୟ-ପ୍ରାତଃ ଘ୦୫/୪୩/ ୫୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୫/ ୦୫,ଯୋଗିନୀ ନୈରୁତେ ରାତ୍ରି ଘ୦୭/୫୩ ଗତେ ଦକ୍ଷିଣେ,ବିଛା ରାଶିର ଘାତଚନ୍ଦ୍ର,ବିଛା,ଧନୁ ଓ ମୀନରାଶିର ଘାତବାର,ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା ଓ ବାରବେଳା- ଦିବା ଘ୦୮/୨୭ ଗତେ ଘ ୧୧/୩୫ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୩୦ମଧ୍ୟେ ଓ ଘ୦୭/୧୮ ଗତେ ଘ୦୮/୨୬ ମଧ୍ୟେ ଓ ଘ୧୨/୦୫ ଗତେ ଘ୦୩/୧୭ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ଅଦ୍ୟ ମୂଳାଭକ୍ଷଣ ନିଷେଧ।
ମେଷ:-ମନରେ ଧାର୍ମିକଭାବନା ଉଦୟହେବ। ବିନାସ୍ବାର୍ଥରେ ଅନ୍ୟର ସହାୟତାକରି ଖୁସି ଅନୁଭବକରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।
ବୃଷ:- ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ:-ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।
କର୍କଟ:- ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।
ସି˚ହ:-ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।
କନ୍ୟା:-ଆଜି ଆପଣ କଷ୍ଟ ମନେ ହେଉଥିବାକାର୍ଯ୍ୟ ସହଜରେ କରି ପାରିବେ। ବିଭିନ୍ନପ୍ରକାର ଲୋକଙ୍କ ସହିତ ମିଶିବେ।କୌଣସି ବଡ଼ ନେଣଦେଣ କରିପାରନ୍ତି।ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।
ତୁଳା:- ଊର୍ଜାରସ୍ତର ଉଚ୍ଚା ରହିବ। କୌଣସି ଅଜଣାବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ।ଅଫିସରେ ବାତାବରଣ ଅନୁକୂଳ ରହିବ।ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।
ବିଛା:- ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ।ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି।ପରିବାର ସମ୍ବନ୍ଧୀୟ କୌଣସିକାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।
ଧନୁ:-ଆପଣ ନିଜକୁ ଖୁବ୍‌ ଆତ୍ମ ନିର୍ଭର ଶୀଳ ଅନୁଭବ କରିବେ।ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ।ରାଜନୀତିକ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ।ଅଚାନକ ଧନପ୍ରାପ୍ତି ହେବ।
ମକର:-ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।
କୁମ୍ଭ:- ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ।
ମୀନ:- ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

 

- Advertisement -

Leave A Reply

Your email address will not be published.