ଅକ୍ଟୋବରମାସ ୨୬ତାରିଖ ୨୦୨୫ମସିହା (ରବିବାର) କାର୍ତ୍ତିକମାସ- ଶୁକ୍ଳ,ତିଥି-ପଞ୍ଚମୀ,ନକ୍ଷତ୍ର-ଜ୍ୟେଷ୍ଠା ଦିବା ଘ୧୧/୩୦ ଗତେ ମୂଳା,ସୁର୍ୟୋଦୟ-ପ୍ରାତଃ ଘ୦୫/୪୯/୫୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୩/୨୫, ଯୋଗିନୀ ଦକ୍ଷିଣେ,ମେଷରାଶିର ଘାତବାର,ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା ଓ ବାରବେଳା- ଦିବା ଘ୧୦/୦୫ଗତେ ଘ୧୨/୫୯ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୩୬ ଗତେ ଘ୦୯/୦୦ ମଧ୍ୟେ ଓ ଘ୦୧/୦୦ ଗତେ ଘ ୦୩/୨୫ମଧ୍ୟେ ଓ ରାତ୍ରି ଘ୦୭/୩୮ ଗତେ ଘ ୦୯/୧୫ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୪/୧୨ଗତେ ଘ୦୫/୦୧ମଧ୍ୟେ,ଅଦ୍ୟ ବେଲଭକ୍ଷଣ ନିଷେଧ।
ମେଷ👉ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତାପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣାଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇ ପାରନ୍ତି।
ବୃଷ👉ଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, ମନୋରଞ୍ଜନ କାର୍ଯ୍ୟକ୍ରମ ଓ ବାଣିଜ୍ୟ, ବ୍ୟବସାୟାଦି ସନ୍ତୋଷଦାୟକ ରହିବ।
ମିଥୁନ👉ସରକାରୀ ସାହାଯ୍ୟ, ବିଶିଷ୍ଟ ବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆମତ୍ସମ୍ମାନ ବୃଦ୍ଧି କରିବ। ସ୍ଥଗିତକାର୍ଯ୍ୟ, ବିବାଦୀୟ ସ୍ଥିତି, ସହକର୍ମୀଙ୍କ ଅସହଯୋଗ କ୍ରମଶଃ ବଦଳିଯାଇପାରେ। ସମ୍ପର୍କୀୟମାନଙ୍କ ସାହାଯ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇବାର ସମ୍ଭାବନା ରହିଛି। ବିବାଦୀୟ ପରିସ୍ଥିତିରେ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ।
କର୍କଟ👉ଲାଗିରହିଥିବା ଟେନସନ୍ କମିଯିବ, ସହଯୋଗ ଭିତିରେ କାମ କରି ଉଚ୍ଚ ପ୍ରଶଂସିତହେବେ। ଶିଳ୍ପ, ବ୍ୟବ ସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ। ଭୁଲ୍ ବୁଝାମଣା ହେତୁ ଦାମ୍ପତ୍ୟଜୀବନରେ ଝଡ ସୃଷ୍ଟି ହୋଇପାରେ। ଯେତେ ଭଲକାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି।
ସିଂହ👉ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ।ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ,ପରିବହନର ଝଗଡାରେ ବିଜୟୀ ହେବେ।
କନ୍ୟା👉ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ।ଅଭାବ ନଥିଲେ ମଧ୍ୟ ଛୋଟଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିବ।
ତୁଳା👉ଆଜି ବ୍ୟୟବହୁଳତା ମଧ୍ୟରେ କାର୍ଯ୍ୟସିଦ୍ଧି, ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ। ପରିବାରର ଅନୁରୋଧକ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପାରନ୍ତି। ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଜଣେ ବ୍ୟକ୍ତିଙ୍କ ସହ ଉଚ୍ଚବାଚ୍ଚ ଘଟିବାର ଆଶଙ୍କା ରହିଛି।*
ବିଛା👉ଆଜି ଶରୀରିକ ଓ ମାନସିକ ସୁସ୍ଥତା ରକ୍ଷାକରି ଦୈନନ୍ଦିନର ଜୀବନଯାତ୍ରାକୁ ନିଷ୍କଣ୍ଟକ କରିବ। କର୍ମ କ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍ କ୍ଷେତ୍ରରୁ ସୁଫଳ ମିଳିବ।କଳା,ସାହିତ୍ୟ ଓ ସଙ୍ଗୀତକ୍ଷେତରେ ପ୍ରତି ଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ବାବନା ରହିଛି।
ଧନୁ👉ଆଜି ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ, ସଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା, ସମ୍ପର୍କୀୟ ଆଲୋଚନା, ଦୂରଯାତ୍ରାର ସୁଯୋଗ ଲାଭକରି ଖୁସୀ ହେବେ। ଘରୋଇ କ୍ଷେତ୍ରରେ ଜମିଜମା କାରବାର, ଗାଡିମୋଟର ମରାମତି ସକାଶେ ଫଳପ୍ରଦ ଆଲୋଚନା କରିପାରନ୍ତି।
ମକର👉ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ। ଅନୁଷ୍ଠାନିକକାମ, ଯାନ୍ତ୍ରିକଶିଳ୍ପ ଓ ପରିବହନକ୍ଷେତ୍ରରେ ଆଶାନୁରୂପ ଫଳ ପାଇବେନାହିଁ।ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥାକହି ଯୁକ୍ତିତର୍କର ଆଶ୍ରୟ ନେଇପାରନ୍ତି।
କୁମ୍ଭ👉ଦୀର୍ଘଦିନରୁ ପାଉନଥିବା ଅର୍ଥ କିମ୍ବା ଭବିଷ୍ୟନିଧିରୁ ଟଙ୍କା ପାଇ ଆବଶ୍ୟକତାକୁ ପୂରଣ କରିବେ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଜନମଙ୍ଗଳକାର୍ଯ୍ୟ କିମ୍ବା ସଭାସମିତିରେ ଯୋଗ ଦେଲେ ପ୍ରଶଂସିତ ହେବେ। କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ମୀନ👉ବନ୍ଧୁଗହଣରେ ବହୁ ପ୍ରତିକ୍ଷୀତ କାର୍ଯ୍ୟାରମ୍ଭ କରି ଏକ ପ୍ରକାର ଆତ୍ମତୃପ୍ତି ଅନୁଭବ କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହରମ୍ଭ, ପ୍ରତିଷ୍ଠାଦି ଓ ପ୍ରୀତି ପ୍ରଦାୟକ ରହିବ। ଉଚ୍ଚବର୍ଗଙ୍କ ସହାୟତା, ପାଖ ପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତାର ଝଲକ ଦେଖିପାରିବେ!!ଜୟ ଜନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Prev Post
Next Post
