ଆଜିର ରାଶିଫଳ

ଡିସେମ୍ବରମାସ ୨୧ତାରିଖ ୨୦୨୫ମସିହା (ରବିବାର)ପୌଷମାସ- ଶୁକ୍ଳପକ୍ଷ ,ତିଥି-ପ୍ରତିପଦ ଦିବା ଘ୦୯/୨୨ଗତେ ଦ୍ଵିତୀୟା ,ନକ୍ଷତ୍ର-ପୂର୍ବାଷାଢ଼ା ରାତ୍ରି ଘ୦୪/୩୧ ଗତେ ଉତ୍ତରାଷାଢ଼ା ,ସୁର୍ୟୋଦୟ-ପ୍ରାତଃ ଘ୦୬/୨୧/୧୮ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୯/୧୮ ,ଯୋଗିନୀ ପୂର୍ବେ ଦିବା ଘ୦୯/୨୨ଗତେ ଉତ୍ତରେ ,ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର ,ମେଷରାଶିର ଘାତବାର ,ଦ୍ଵିତୀୟା ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ମୃତେ ଏକ ପାଦ ଓ ଦିବା ଘ୦୯/୨୨ ଗତେ ଦ୍ଵିପାଦ ପୁକରଦୋଷ ,କାଳବେଳା ଓ ବାରବେଳା- ଦିବା ଘ୧୦/୨୩ ଗତେ ଘ୦୧/୦୬ ମଧ୍ୟେ ,ବିଶୁଦ୍ଧ ଅମୃତ ବେଳା- ଦିବା ଘ ୦୭/୧୦ ଗତେ ଘ୦୯/୩୪ ମଧ୍ୟେ ଓ ଘ ୦୧/୦୭ ଗତେ ଘ୦୩/୫୯ ମଧ୍ୟେ ଓ ରାତ୍ରି ଘ ୦୭/୩୦ ଗତେ ଘ୦୯/୧୦ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ ୦୪/୪୪ ଗତେ ଘ୦୫/୧୦ମଧ୍ୟେ ,ଅଦ୍ୟ ବୋଇତିକଖାରୁ ଭକ୍ଷଣ ନିଷେଧ।
ମେଷ:- ବ୍ୟବସାୟୀମାନଙ୍କ ପାଇଁ ଆଜିରଦିନ ଲାଭଦାୟକ ହେବ। ଆର୍ଥିକଲାଭ ମିଳିବ। ଲମ୍ବାସମୟର ଆର୍ଥିକ ଆୟୋଜନ ମଧ୍ୟ କରିପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।
ବୃଷ:-ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପ ହେବାର ଆଶଂକା ଅଛି।
ମିଥୁନ;-ସମସ୍ତକାର୍ଯ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବ କରିବେ। ମାତା ଏବଂ ମହିଳାମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳ ହେବେ। ବିଚାରର ଭରମାରରେ ମାନସିକ ଆଳସ୍ୟ ଅନୁଭବ କରିବେ। ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ। ପାଣି କିମ୍ବା ଅନ୍ୟ ତରଳ ପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।
କର୍କଟ:-କାର୍ଯ୍ୟସଫଳ ପାଇଁ ଆଜିରଦିନ ଭଲ ରହିବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସି ରହିବେ। ଲଘୁ ଯାତ୍ରାର ଯୋଗ ଅଛି। ଭାଇ-ବନ୍ଧୁମାନଙ୍କସହ ମିଳାମିଶା ରହିବ। ଆର୍ଥିକ ଲାଭ ତଥା ସମାଜରେ ଆଦର ସମ୍ମାନ ମିଳିବ। ବିରୋଧିମାନଙ୍କୁ ପରାଜିତ କରି ପାରିବେ।
ସିଂହ:-ଦୂରରେ ବାସ କରୁଥିବା ସ୍ନେହୀଜନ ତଥା ମିତ୍ରମାନଙ୍କ ସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭ ହେବ। ପରିବାରରେ ସୁଖ-ଶାନ୍ତି ରହିବ। ଉତ୍ତମ ଭୋଜନରପ୍ରାପ୍ତି ହେବ। ନିର୍ଦ୍ଧାରିତକାମରେ ସଫଳତା ମିଳିବ। ମହିଳା ମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।
କନ୍ୟା:=ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତ କରି ନିଜର କାମ କାଢ଼ି ପାରିବେ। ବ୍ୟବସାୟ ଦୃଷ୍ଟିରେ ଆଜିର ଦିନ ଲାଭଦାୟକ ପ୍ରମାଣିତ ହେବ। ଆପଣଙ୍କ ସ୍ଵାସ୍ଥ୍ୟ ଭଲ ରହିବ ଏବଂ ମନ ମଧ୍ୟ ସୁସ୍ଥ ରହିବ। ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖ-ଆନନ୍ଦ ପ୍ରାପ୍ତି ହେବ। ଧନ ଲାଭ ତଥା ପର୍ଯ୍ୟଟନର ଯୋଗ ଅଛି।
ତୁଳା:=ଆଜି ଆପଣ ଅନ୍ୟ ବ୍ୟକ୍ତି କିମ୍ବା କୁଟୁମ୍ବଜନମାନଙ୍କ ସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନା ଅଛି। ପରୋପକାର ବଦଳରେ ଉପକାର ମିଳିପାରେ। ଆୟ ଅପେକ୍ଷା ଖର୍ଚ୍ଚର ମାତ୍ରା ବଢ଼ିବ। ଦ୍ୱନ୍ଦ୍ୱ ଏବଂ ସମସ୍ୟା ମନର ଶାନ୍ତି ଭଙ୍ଗ କରିବ। ଆଧ୍ୟାତ୍ମିକବଚନ କିମ୍ବା ଈଶ୍ଵରଙ୍କରନାମ ସ୍ମରଣ ଶାନ୍ତି ଦେବ।
ବିଚ୍ଛା:-ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତି ମିଳିବ। ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭ ସମାଚାର ମିଳିବ। ମାଙ୍ଗଳିକ କାର୍ଯ୍ୟ ହେବ। ବିବାହ ପାଇଁ ସଂଯୋଗ ବନିବ। ଚାକିରି ଧନ୍ଦାରେ ଭଲ ଅବସର ଆସିବ। ଆୟରେ ବୃଦ୍ଧି ହେବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବାର ଯୋଗ ଅଛି।
ଧନୁ:-ଆଜି ଆପଣଙ୍କ କାର୍ଯ୍ୟ ସଫଳତା ପୂର୍ବକ ସଂପନ୍ନ ହେବ। ପରୋପକାର ଭାବନା ଆଜି ବଲବତ୍ତର ରହିବ। ଆମୋଦ- ପ୍ରମୋଦ ସହିତ ଆପଣଙ୍କ ଦିନ କଟିବ। ଚାକିରି-ବ୍ୟବସାୟରେ ମାନ-ସମ୍ମାନ ପ୍ରାପ୍ତି ହେବ। ଗୃହସ୍ଥଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।
ମକର:-ଆପଣଙ୍କ ଆଜିରଦିନ ମିଶ୍ର ଫଳଦାୟକ ପ୍ରମାଣିତ ହେବ। ବୌଦ୍ଧିକ କାର୍ଯ୍ୟଗୁଡ଼ିକରେ ଏବଂ ବ୍ୟବସାୟରେ ନୂଆବିଚାରଧାରା ଉଦ୍ରେକ ହେବ। ତଥାପି ମଧ୍ୟ ମନର କୌଣସିକୋଣରେ ଆପଣ ଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟା ବିଷୟରେ ଚିନ୍ତା ସୃଷ୍ଟି ହୋଇପାରେ।
କୁମ୍ଭ:-ନକାରାତ୍ମକ ବିଚାରରେ ମନରେ ହତାସା ସୃଷ୍ଟି ହୋଇପାରେ। ଏହି ସମୟ ମାନସିକ ଉଦ୍ଵେଗ ଏବଂ କ୍ରୋଧର ଭାବନା ଅନୁଭବ କରିପାରନ୍ତି। ବାଣୀ ଉପରେ ନିୟନ୍ତ୍ରଣ ନ ରହିବା କାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଖରାପ ହୋଇପାରେ ।
ମୀନ:-ଆଜିର ଦିନ ସୁଖ-ଶାନ୍ତିରେ କଟିବ। ବ୍ୟାପାରିମାନଙ୍କ ଉତ୍ତମ ସମୟ ଅଟେ। ପତି-ପତ୍ନୀଙ୍କରମଧ୍ୟରେ ଦାମ୍ପତ୍ୟଜୀବନରେ ନିକଟତା ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେ ପ୍ରସିଦ୍ଧି ମିଳିବ। ଉତ୍ତମ ବୈବାହିକ ସୁଖପ୍ରାପ୍ତି ହେବ!!ଜୟଜଗନ୍ନାଥ, ଜୟସୋମନାଥ, ଜୟମା ଯୋଗମାୟା!!

- Advertisement -

Leave A Reply

Your email address will not be published.