ଶ୍ରୀକ୍ଷେତ୍ର ଜଗିବେ ୭୦ପ୍ଲାଟୁନ

ପୁରୀ,୩୦।୧୨(ଏସଏସନିଉଜ) ନୂଆବର୍ଷରେ ଶ୍ରୀମନ୍ଦିର ଭିତର ଓ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।ଶ୍ରୀମନ୍ଦିର ଭିତର ଓ ବାହାର ପଟ ରହିବ ବୋଲିସୂଚନା ଦେଲେ ପୁରୀ ଏସପି ପ୍ରତୀକ ସିଂ।ଶ୍ରୀମନ୍ଦିର ଭିତରେ ୧୫୨ଟି ଓ ବାହାରେ ୧୯୨ଟି ସିସିଟିଭି ଲାଗିଛି।ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ୭୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ।ସିଂହଦ୍ଵାର ଦେଇ ପ୍ରବେଶ ଓ ଅନ୍ୟ ୩ ଦ୍ଵାରରେ ପ୍ରସ୍ଥାନ ବ୍ୟବସ୍ଥା।ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟଛକ ଠାରୁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି।ବର୍ଷର ଶେଷଦିନ ଓ ନୂଆବର୍ଷକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥା କରାଯାଇଛି।ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ୍ ସୁପରିଚାଳନା ଓ ବେଳାଭୂମି ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇଛି।

- Advertisement -

Leave A Reply

Your email address will not be published.