ଜାନୁଆରୀମାସ ୨୬ତାରିଖ ୨୦୨୬ମସିହା (ସୋମବାର)ମାଘମାସ- ଶୁକ୍ଳପକ୍ଷ,ତିଥି- ଅଷ୍ଟମୀ ରାତ୍ରି ଘ୦୮/୫୮ଗତେ ନବମୀ,ନକ୍ଷତ୍ର- ଅଶ୍ଵିନୀ ଦିବା ଘ୧୨/୪୯ ଗତେ ଅଶ୍ଵିନୀ,ସୁର୍ୟୋଦୟ-ପ୍ରାତଃ ଘ୦୬/୨୭/୪୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୧/୪୫,ଯୋଗିନୀ ଐଶାନ୍ୟେ ରାତ୍ରି ଘ୦୮/୫୮ ଗେତେ ପୂର୍ବେ,ମେଷରାଶିର ଘାତଚନ୍ଦ୍ର,
ମିଥୁନରାଶିର ଘାତବାର,ଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୃତେ ପୁଷ୍କରଦୋଷ ନାସ୍ତୀ,କାଳବେଳା -ଦିବା ଘ୦୭/୪୮ ଗତେ ଘ୦୯/୧୧ ମଧ୍ୟେ,ବାରବେଳା- ଦିବା ଘ୦୨/୪୪ଗତେ ଘ୦୪/୦୮ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୪୫ମଧ୍ୟେ ଓ ଘ୧୧/୧୪ ଗତେ ଘ ୦୧/୩୮ ମଧ୍ୟେ ଓ ରାତ୍ରି ଘ୦୬/୨୮ ଗତେ ଘ ୦୮/୪୩ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୪/୦୯ଗତେ ଘ ୦୫/୩୦ମଧ୍ୟେ, ଅଦ୍ୟ ନଡ଼ିଆଭକ୍ଷଣ ନିଷେଧ।
ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ।ବକେୟା ଅର୍ଥଲାଭ, ଶାରୀରିକସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ।ଆପଣ ଭଲକଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗିରହିବ। ଆକସ୍ମିକ ଆବଶ୍ୟକତାକାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧିପାଇବ।
ମିଥୁନ:-ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତିମାନଙ୍କଦ୍ୱାରା ପରିବହନକ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ:-ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀସ୍ତରରୁ ହଠାତ୍ ଆଶା କରୁଥିବା ଶୁଭଖବର ଶୁଣି ଖୁସି ହେବେ।
ସିଂହ:-ଆଜି ଯେତେପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକ ଦ୍ଦମା,ଜମିଜମାସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।
କନ୍ୟା:-ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜିଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକକାମ ସକାଶେ ଗୃହସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ତୁଳା:-ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ।କୌଣସି କାମ ସ୍ଥଗିତ ରହିବନାହିଁ କିନ୍ତୁ ହସ୍ତା ନକ୍ଷତ୍ର ସକାଶେ ମାନସିକଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନାଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା:-ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଜ୍ୟେଷ୍ଠାନକ୍ଷତ୍ର ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାରକରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳାକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।
ଧନୁ:-ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲନଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେନାହିଁ। ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍ ଖୁସୀରହିବେ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର:-ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି ।ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ । ବିଳାସ ବ୍ୟସନ ଦ୍ରବ୍ୟକ୍ରୟ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ସହ ଏହାକୁ ସଫଳକରିବାର ମଉକା ପାଇପାରିବେ।
କୁମ୍ଭ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟ ରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।
ମୀନ:-ଆଜିର ବାଣିଜ୍ୟ, ବ୍ୟବସାୟ, ମାଲିମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

