ମାର୍ଚ୍ଚମାସ୨୯ ତାରିଖ୨୦୨୬ ମସିହା(ରବିବାର)ଚୈତ୍ରମାସ-ଶୁକ୍ଳପକ୍ଷ,
ତିଥି-ଏକାଦଶୀ ଦିବାଘ୦୭/୫୭ଗତେ ଦ୍ୱାଦଶୀ,ନକ୍ଷତ୍ର- ଅଶ୍ଳେଷା ଦିବା ଘ୦୩/୨୪ଗତେ ମଘା,ସୁର୍ୟୋଦୟ-ପ୍ରାତଃଘ୦୫/୪୮/୫୨,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୫/୫୮/୪୭,ଯୋଗିନୀ ଅଗ୍ନିକୋଣେ ଦିବା ଘ୦୭/୫୭ଗତେ ନୈରୁତେ,କର୍କଟ ଓ ମକରରାଶିର ଘାତଚନ୍ଦ୍ର,ମେଷରାଶିର ଘାତବାର,ଦ୍ୱାଦଶୀ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଏକପାଦ ଓ ଦିବା ଘ୦୭/୫୬ ମଧ୍ୟେ ଦ୍ଵୀପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା-ଦିବା ଘ୧୦/୧୭ ଗତେ ଘ୦୧/୨୦ ମଧ୍ୟେ,ବିଶୁଦ୍ଧଅମୃତବେଳା-ଦିବା ଘ୦୬/୩୫ଗତେ ଘ୦୯/୪୦ ମଧ୍ୟେ ଓ ରାତ୍ରି ଘ୦୭/୩୪ଗତେ ଘ୦୯/୦୮ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୬/୩୪ମଧ୍ୟେ ଓ ଘ୦୧/୨୧ଗତେ ଘ୦୧/୫୩ମଧ୍ୟେ ଓ ରାତ୍ରି ଘ୦୬/୨୫ ଗତେ ଘ୦୭/୩୩ମଧ୍ୟେ,ଅଦ୍ୟ ପୋଇଭକ୍ଷଣ ନିଷେଧ।
ମେଷ:-ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାରକାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।
ବୃଷ :- ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।
ମିଥୁନ:-ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ ।ଏବେ ଖୁସିର ସମୟ ଆସିଗଲାଣି
କର୍କଟ:- କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ।
ସିଂହ:-ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
କନ୍ୟା :- ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ।ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତାହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ।ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲକରିବା କଥାକୁହନ୍ତୁ ।
ତୁଳା :-ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିରଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ।ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।
ବିଛା:- ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁନାହିଁ।
ଧନୁ:- ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇ ପାରେ।ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତାର ସଂଗତିରୁ ହିଁ ଜଣାଯାଏ।କୁସଙ୍ଗ ଯୋଗରେ ଆପଣ କ୍ଷତି ସହିପାରନ୍ତି ।
ମକର:- ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ।ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟିକରନ୍ତୁ।ଆପଣ କିଛି ନୂଆ ବନ୍ଧୁ କରିପାରିବେ।କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲିପାରେ।
କୁମ୍ଭ:-ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।
ମୀନ :-ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡି ବାରେ ଲାଗି ଯିବେ।ଘରକୁ ଠିକ୍ ଠାକ୍ କରନ୍ତୁ।କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି।। ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା।।
ଆଜିର ରାଶିଫଳ
Prev Post
Next Post
