ଆଜିର ରାଶିଫଳ

ଏପ୍ରିଲମାସ ୨୨ତାରିଖ ୨୦୨୬ମସିହା(ବୁଧବାର)ବୈଶାଖମାସ-ଶୁକ୍ଳପକ୍ଷ,ତିଥି- ଷଷ୍ଠୀ ରାତ୍ରି ଘ୧୧/୧୫ଗତେ ସପ୍ତମୀ,ନକ୍ଷତ୍ର-ଆର୍ଦ୍ରା ରାତ୍ରି ଘ୧୧/୧୩ ଗତେ ପୁନର୍ବସୁ,ସୁର୍ୟୋଦୟ-ପ୍ରାତଃଘ୦୫/୨୮/୫୪,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/୦୪/୧୩,ଯୋଗିନୀ ପଶ୍ଚିମେ ରାତ୍ରି ଘ୧୧/୧୫ଗତେ ବାୟବ୍ୟେ,କର୍କଟରାଶିର ଘାତବାର,କନ୍ୟାରାଶିର ଘାତଚନ୍ଦ୍ର,
ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା-ଦିବା ଘ୦୮/୩୪ ଗତେ ଘ୧୦/୧୦ ମଧ୍ୟେ,ବାରବେଳା- ଦିବା ଘ୧୧/୪୫ ଗତେ ଘ୦୧/୨୦ମଧ୍ୟେ,
ବିଶୁଦ୍ଧ ଅମୃତବେଳା-ଦିବା ଘ୦୭/୦୫ମଧ୍ୟେ ଓ ଘ୦୧/୨୧ଗତେ ଘ୦୧/୩୧ ମଧ୍ୟେ ଓ ରାତ୍ରି ଘ୦୬/୫୨ଗତେ ଘ୦୯/୧୭ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୫୪ ଗତେ ଘ୦୬/୦୫ମଧ୍ୟେ,ଅଦ୍ୟ ନିମ୍ବ ରାତ୍ରି ଘ୧୧/୧୫ ଗତେ ତାଳଭକ୍ଷଣ ନିଷେଧ।
ମେଷ:-ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ।ପରିସ୍ଥିତି ଯେମିତିହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ ।ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନର ସୁଯୋଗ ମିଳିବ।
ବୃଷ :-ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି ।ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
ମିଥୁନ:-ଆଜି ଆପଣ ଜାଣିବାକୁ ପାଇବେଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ଅଛି।ଏଥିରୁ କେହିଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
କର୍କଟ:-ଯଦି ଆପଣଙ୍କୁ ଏମିତିଲାଗେଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ।ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
ସିଂହ:-ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି ।ଏହା ଏକ କମ୍ ସମୟରଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
କନ୍ୟା:-ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି।ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକସମୟ ଦେବା ଉଚିତ ହେବ ।
ତୁଳା :-ଦିନଟି କ୍ଳେଶ ଦାୟକ।ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ।କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ।ଚ଼ିନ୍ତାର କୌଣସି କାରଣନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।
ବିଛା :-ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ।ଏହି ସମସ୍ୟା ଆପଣଙ୍କଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜଣଙ୍କ ନିନ୍ଦା ବ୍ୟଥାଦେଇପାରେ।
ଧନୁ :-ଆଜିରଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗନେବେ।ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।
ମକର :-ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତିକ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ।କଣ୍ଟା ବା ମୁନିଆବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।
କୁମ୍ଭ :- ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି ।ଏହା କୌଣସି ଉପହାର,କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି।ଦିନଟି ପ୍ରିତିପଦ ରହିବ।
ମୀନ :-ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତାଦେବ,ଆଜି ସବୁକିଛି ଆପଣଙ୍କର ଇଚ୍ଛା ଅନୁସାରେହିଁ ହେବ,ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟଯୋଗୁଁ ହେଉଛି,ଏହି ସୁଯୋଗର ସମ୍ପୁର୍ଣ୍ଣରୂପେ ଲାଭଉଠାନ୍ତୁ।।ଜୟ ଜଗନ୍ନାଥ,ଜୟସୋମନାଥ,ଜୟ ମା ଯୋଗମାୟା।।

- Advertisement -

Leave A Reply

Your email address will not be published.