ଜୁନ୍ ମାସ ୦୯ତାରିଖ ୨୦୨୬ମସିହା(ମଙ୍ଗଳବାର)ଜ୍ୟେଷ୍ଠମାସ(ମଳ)- କୃଷ୍ଣପକ୍ଷ,ତିଥି-ନବମୀ ରାତ୍ରି ଘ୦୨/୪୫ଗତେ ଦଶମୀ,ନକ୍ଷତ୍ର-ପୂର୍ବଭାଦ୍ର ଦିବା ଘ୧୦/୨୮ଗତେ ଉତ୍ତରଭାଦ୍ର,ସୁର୍ୟୋଦୟ-ପ୍ରାତଃଘ୦୫/୧୧/୩୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୧/୫୯,ଯୋଗିନୀପୂର୍ବେ ରାତ୍ରି ଘ୦୨/୪୫ଗତେ ଉତ୍ତରେ,ମକରରାଶିର ଘାତବାର,ଧନୁରାଶିର ଘାତଚନ୍ଦ୍ର,ନବମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଦ୍ଵିପାଦ ଓ ଦିବା ଘ୧୦/୨୮ଗତେ ଏକପ।ଦ ପୁଷ୍କରଦୋଷ,କାଳବେଳା-ଦିବା ଘ୦୧/୨୫ଗତେ ଘ୦୩/୦୫ମଧ୍ୟେ, ବାରବେଳା- ଦିବା ଘ୦୬/୫୦ଗତେ ଘ୦୮/୩୦ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୪୮ମଧ୍ୟେ ଓ ଘ୦୯/୧୧ ଗତେମଧ୍ୟେ ଘ୧୧/୩୫ ମଧ୍ୟେ ଓ ରାତ୍ରି୬/୨୫ ଗତେମଧ୍ୟେ ଘ୦୭/୧୨ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୩/୩୫ଗତେ ଘ୦୪/୨୩ ମଧ୍ୟେ,ଅଦ୍ୟ ଲାଉ ରାତ୍ରି ଘ୦୨/୪୫ ଗତେ କଳମଶାଗ ଭକ୍ଷଣ ନିଷେଧ।
ମେଷ :-ଆଜି ଦିନଟି ନିଜର କ୍ୟାରିୟର ସୁଧାରପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲସୁଯୋଗ ମିଳିବ।ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ।ପ୍ରେମରେ ସଫଳତା ମିଳିବ।
ବୃଷ:-ଆଜି ଆପଣଙ୍କଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ।ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିପରନ୍ତି।
ମିଥୁନ:-ଆଜି ନିଜର ନୂଆବିଚାର ଆର୍ଥିକଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ।ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାରଲାଗି ଦିନଟି ଭଲ।
କର୍କଟ:-ଆଜିଦିନଟି ଆପଣଙ୍କଲାଗି ଅନୁକୂଳ।ସାହସିକ ଫଇସଲାରେ ସଫଳତା ମିଳିବ।ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
ସି˚ହ:-ଆଜି ଆପଣ କୌଣସି ନିଷ୍ପତି ତରବରିଆଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲଖବର ପାଇବେ।ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ।ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
କନ୍ୟା:-ଆଜିଦିନଟି ଆପଣଙ୍କ ଲାଗି ଠିକ୍ଠାକ୍ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟକଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି।ପାରିବାରିକ ଜୀବନ ସୁଖମୟ ହେବ।ତୁଳା:-ଆଜି ଦିନଟି ଆପଣଙ୍କ ପାଇଁ ସବୁଦୃଷ୍ଟିରୁ ଭଲରହିବ।ଖୁବ୍ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁରହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ।ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
ବିଛା:-କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚାରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହାଦ୍ବାରା ଭବିଷ୍ୟତରେ ଲାଭ ମିଳିବ।ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
ଧନୁ:- ଆପଣ ଅନ୍ୟମାନଙ୍କ ଭାବନାପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କଦ୍ବାରା ପୂରା ହେବ।ସ୍ବାସ୍ଥ୍ୟପ୍ରତି ସଚେତ ରହନ୍ତୁ।
ମକର:-ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧିଲାଗି ଦିନଟି ବିଶେଷ ଶୁଭ। ଧନସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
କୁମ୍ଭ:-ଆଜି ଇଷ୍ଟଦେବୀଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମକରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ।ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
ମୀନ:-ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତଫଳ ପ୍ରଦାନ କରିବ।ବଡ଼ ବ୍ୟବସାୟଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି।ଭାବିଚିନ୍ତି ଖର୍ଚ୍ଚନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟକଚେରି ମାମଲାରେ ଚିନ୍ତା ବଢ଼ିପାରେ।।ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମାଯୋଗମାୟା।।
ଆଜିର ରାଶିଫଳ
Prev Post
Next Post
