ଆଜିର ରାଶିଫଳ

ଜୁଲାଇମାସ ୦୫ତାରିଖ ୨୦୨୬ମସିହା(ରବିବାର)ଆଷାଢ଼ମାସ-କୃଷ୍ଣପକ୍ଷ ,ତିଥି-ପଞ୍ଚମୀ ଦିବା ଘ୦୧/୨୪ ଗତେ ଷଷ୍ଠୀ ,ନକ୍ଷତ୍ର-ଶତଭିଶା ଦିବା ଘ ୦୩/୪୭ଗତେ ପୂର୍ବଭ।ଦ୍ର ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୬/୪୯ ,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/୨୬/୪୯ ,ଯୋଗିନୀ ଦକ୍ଷିଣେ ଦିବା ଘ୦୧/୨୪ଗତେ ପଶ୍ଚିମେ ,ମେଷ ରାଶିର ଘାତବାର ,ମିଥୁନ ଓ ମୀନରାଶିର ଘାତଚନ୍ଦ୍ର ,ପଞ୍ଚମୀର ଏକୋଦିଷ୍ଟ ଓ ଷଷ୍ଠୀର ପାର୍ବଣଶ୍ରାଦ୍ଧ ,ମୃତେ ଏକପାଦ ଓ ଦିବା ଘ୦୩/୪୭ଗତେ ଦ୍ଵୀ ପାଦ ପୁଷ୍କର ଦୋଷ ,କାଳବେଳା ଓ ବାରବେଳା- ଦିବା ଘ୧୦/୧୦ ଗତେ ଘ୦୧/୩୦ ମଧ୍ୟେ ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୬/୫୧ଗତେ ଘ୦୯/୧୫ ମଧ୍ୟେ ଓ ଘ୦୧/୩୧ ଗତେ ଘ୦୨/୦୪ମଧ୍ୟେ ଓ ରାତ୍ରି ଘ୦୮/୦୫ଗତେ ଘ୧୧/୧୫ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୩/୪୦ ଗତେ ଘ୦୪/୨୮ମଧ୍ୟେ ,ଅଦ୍ୟ ବେଲ ଦିବା ଘ୦୧/୨୪ଗତେ ନିମ୍ୱ ଭକ୍ଷଣ ନିଷେଧ
ମେଷ-ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜକରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ।
ବୃଷ-ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। ଆଜି କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।
ମିଥୁନ- ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି ହୋଇପାରେ। ବହୁଦିନରୁ ରହିଯାଇଥିବା ଅର୍ଥଆଦାୟ କରିବାରେ ସକ୍ଷମ ହେବେ।ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ,ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବା ସୂଚନା ରହିଛି।
କର୍କଟ-ଆଜି ବିଭିନ୍ନ ପ୍ରକାର ଘଟଣା ପ୍ରବାହଜନିତ ମାନସିକ ଅସ୍ଥିରତା କାରଣରୁ ଲାଗି ରହିବ। ପରୋକ୍ଷଭାବେ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା ଜାରି ରଖିଲେ ଉପକୃତ ହୋଇପାରିବେ। କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବା ସମ୍ଭାବନା ରହିଛି।
ସିଂହ- ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ଆଶା କରୁ ଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଆଗାମୀ କାଲିର ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହୋଇପାରନ୍ତି।
କନ୍ୟା-ଆଜି ବନ୍ଧୁଙ୍କ ପରାମର୍ଶାନୁଯାୟୀ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ କିମ୍ବା ପ୍ରଶାସନିକ ସ୍ତରରେ ଦକ୍ଷତାଭିତ୍ତିକ ପ୍ରଶଂସନୀୟ କାମ କରିବେ।
ତୁଳା-ପ୍ରତ୍ୟେକ ସ୍ତରରେ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବା ଆଶଙ୍କା ଦେଖାଦେବ। ବ୍ୟବସାୟ,ପରିବହନ ,କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ। ପୁଷ୍ୟା ନକ୍ଷତ୍ରର ବୃଦ୍ଧ ପିତାମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।
ବିଛା- ଆପଣ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ସତର୍କ ନରହିଲେ ବିବାଦ ପଡ଼ିପାରନ୍ତି। ବୁଦ୍ଧିଜୀବୀମାନଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ।
ଧନୁ-ଆଜି ଆପଣ ଆତ୍ମୀୟସ୍ବଜନ କିମ୍ବା ପାଖ ପଡ଼ୋଶୀଙ୍କ ଠାରୁ ସହଯୋଗ ଲାଭକରି କାମଟିକୁ ପୂରା କରିପାରିବେ। ଅପରାହ୍ନରେ ଜମିଜମା,ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟଝଗଡ଼ା ସୃଷ୍ଟି ହୋଇ ପାରେ।ଯାନ୍ତ୍ରିକ ଶିଳ୍ପ ଓ ପରିବହନକ୍ଷେତ୍ରରେ ଆଶା ଅନୁରୂପଫଳ ପାଇବେ।ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ।
ମକର- ଆଜି ଏଣୁତେଣୁ ଗୁଡ଼ାଏ କଥା ମନରେ ସ୍ଥାନ ଦେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ,ଏଣୁ ମନଟା ସାମୟିକ ଭାବରେ ଗୋଳମାଳିଆ ରହିବ। ପରିବାରରେ ସୁଖଶାନ୍ତି ସାଙ୍ଗକୁ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ।
କୁମ୍ଭ-ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ମନବୁଝିଲା ଭଳି କଥାକହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ!ମନୋରଞ୍ଜନ, ବନ୍ଧୁ ମିଳନ, ଆଲୋଚନା,ସମିତି କିମ୍ବା ଯାତ୍ରାପାଇଁ ଆଗ୍ରହୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣକଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନ୍‌ସନ ବଢ଼ିପାରେ।
ମୀନ-ଯୋଜନାକୁ କାର୍ଯ୍ୟକାରୀ କରିବା ବିଷୟରେ ବନ୍ଧୁଙ୍କସହ ଖୋଲାଖୋଲି ଆଲୋଚନା କରିବା ଭଲ ହେବ। ବିବାଦୀୟ ଘଟଣାସକାଶେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି,ସେଥିରେ କିଛି ହେବନାହିଁ।ଯାତ୍ରା ସମୟରେ କଥା ଦେଇଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇପାରନ୍ତି।ପ୍ରତ୍ୟେକକ୍ଷେତ୍ରରେ ଭାବିଚିନ୍ତି କାମକରିବା ଭଲ ହେବ

- Advertisement -

Leave A Reply

Your email address will not be published.