ଆଜିର ରାଶିଫଳ

ଜୁଲାଇ ମାସ ୨୩ ତାରିଖ ୨୦୨୬ ମସିହା (ଗୁରୁବାର)ଆଷାଢ଼ମାସ- ଶୁକ୍ଳପକ୍ଷ,ତିଥି- ନବମୀ ଦିବା ଘ୦୬/୩୦ ଗତେ ଦଶମୀ,ନକ୍ଷତ୍ର- ବିଶାଖା ରାତ୍ରି ଘ୦୨/୦୫ ଗତେ ଅନୁରାଧା, ସୁର୍ୟୋଦୟ- ପ୍ରାତଃ ଘ୦୫/୨୩/ ୩୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/ ୨୦,ଯୋଗିନୀ ପୂର୍ବେ ଦିବା ଘ୦୬/୩୦ ଗତେ ଉତ୍ତରେ,ତୁଳା ଓ କୁମ୍ଭରାଶିର ଘାତବାର,ଦଶମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ରାତ୍ରି ଘ୦୩/୦୫ ମଧ୍ୟେ ଏକପାଦ ପୁଷ୍କର ଦୋଷ, କାଳବେଳା ଓ ବାରବେଳା- ଦିବା ଘ୦୩/୦୭ ଗତେ ଘ୦୬/୨୬ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ରାତ୍ରି ଘ୦୧/୩୮ ଗତେ ଘ୦୪/୦୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୭/୦୦ ମଧ୍ୟେ ଓ ଘ୧୦/୧୦ ଗତେ ଘ୧୦/୩୨ ମଧ୍ୟେ,ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ।
ମେଷ:-ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।
ବୃଷ:-ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢିପାରେ।
ମିଥୁନ:-ଆଜି ଆକସ୍ମିକ ଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗ ପ୍ରାପ୍ତ ହେବ।
କର୍କଟ:-ଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ ।ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେ ନାହିଁ। କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳ ପ୍ରଭାବରେ ଅପୀଡାଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।
ସିଂହ:-ଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ।କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଦିନଟି ପୀଡାଦାୟକ।
କନ୍ୟା:-ଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।
ତୁଳା:-ଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ରସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା:-ଆଜି ସୁ ଭୋଜନ ଓ ଧନଲାଭ ହେବ ଅଫିସରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ସହ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।
ଧନୁ:- ଆଜି ଦିନରେ ମନ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍‌ କାମରେ ବ୍ୟୟ କରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକ ଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି।
ମକର:-ଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।
କୁମ୍ଭ:-ଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ସାମୟିକ ଭାବରେ କଚେରି ମାମଲା ବିଷୟ ନେଇ ଚିନ୍ତିତ ରହିପାରନ୍ତି।
ମୀନ:-ବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ। କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ।
।।ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା।।

- Advertisement -

Leave A Reply

Your email address will not be published.