ଆଜିର ରାଶିଫଳ

ଅଗଷ୍ଟମାସ ୧୨ତାରିଖ ୨୦୨୬ମସିହା(ବୁଧବାର)ଚିତାଲାଗି ଅମାବାସ୍ୟା, ଶ୍ରାବଣମାସ- ଲକୃଷ୍ଣପକ୍ଷ,ତିଥି-ଅମାବାସ୍ୟା ରାତ୍ରି ଘ୧୧/୧୬ଗତେ ପ୍ରତିପଦ,ନକ୍ଷତ୍ର- ପୁଷ୍ୟା ଦିବା ଘ୦୮/୫୪ଗତେ ଅଶ୍ଳେଷା, ସୂର୍ୟୋଦୟ- ପ୍ରାତଃ ଘ୦୫/୨୯/୨୨,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/୧୪/୪୩,ଯୋଗିନୀ ଐଶ।ନ୍ୟେ ରାତ୍ରିଘ୧୧/୧୬ଗତେ ପୂର୍ବେ,କର୍କଟରାଶିର ଘାତବାର,ଅମାବାସ୍ୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା-ଦିବାଘ୦୮/୪୦ଗତେ ଘ୧୦/୧୮ ମଧ୍ୟେ,ବାରବେଳା-ଦିବାଘ୧୧/୫୦ଗତେ ଘ୦୧/୨୭ମଧ୍ୟେ,ବିଶୁଦ୍ଧ ଅମୃତ ବେଳା-ଦିବା ଘ୦୭/୦୬ମଧ୍ୟେ ଓ ରାତ୍ରିଘ୦୭/୦୨ଗତେ ଘ୦୯/୧୭ ମଧ୍ୟେ ଓ ଘ ୦୨/୧୫ଗତେ ଘ୦୫/୨୩ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନ।ସ୍ତି,ଅଦ୍ୟ ଆମିଷଭକ୍ଷଣ ନିଷେଧ।
ମେଷ:-ବାଣିଜ୍ୟ,ବ୍ୟବସାୟରେ ଆୟ ମଧ୍ୟମହେବ,କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂରହେବ,ଅଟକିରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗଆସିବ,ହୃତଧନ ଫେରିପାଇବେ,ଆୟଅପେକ୍ଷା ବ୍ୟୟ କମ୍‌ ରହିବ, ଋଣମୁକ୍ତ ହେବାପାଇଁ ଚେଷ୍ଟାକରିବେ,ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ବୃଷ:-ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ, ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ।କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ,ମୂଲ୍ୟବାନ ଧାତୁ କିମ୍ବା ଭୂମିକ୍ରୟ କରିପାରନ୍ତି,ବିଦ୍ୟାର୍ଥୀ,କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ,ମହିଳାମାନେ ସଞ୍ଚୟ କରିବେ
ମିଥୁନ:-କର୍ମରେ ଉନ୍ନତି କରିବାପାଇଁ ଯୋଜନାକରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନକରିବେ,ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମହେବ।ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି,କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧିପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଓ ସହଯୋଗ ପାଇବେ ।
କର୍କଟ:-ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତିପହଞ୍ଚିବ,କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ ।ବାପାମାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି,ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ।ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
ସିଂହ:-ଆଜି କଷ୍ଟହେଲେ ମଧ୍ୟ ବାଣିଜ୍ୟ,ବ୍ୟବସାୟରେ ଆୟ ମଧ୍ୟମ ହେବ।କର୍ମରେ ଅନାଗ୍ରହ ଓ ସମସ୍ତକର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ।ପରିସ୍ଥିତି ଖରାପ ନଥିଲେ ମଧ୍ୟ ମନ ଅଶାନ୍ତ ରହିବ।ବିନା କାରଣରେ ଆଜି ବହୁତ ବ୍ୟସ୍ତରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ,ବିଦ୍ୟାର୍ଥୀ,କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ, ମହିଳା ମାନେ ବିଷାଦଗ୍ରସ୍ତ ହେବେ ।
କନ୍ୟା:-ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ ।ମହିଳା ସହକର୍ମୀ ସହଯୋଗ କରିବେ । ପରିବାରର ସମସ୍ତସଦସ୍ୟ ଓ ସହ ଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ,ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି,ବିଦ୍ୟାର୍ଥୀ ଅସ୍ଥିରମନା ହେବେ,ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ
ତୁଳା:-କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂରହେବ ଓ ସହକର୍ମୀଙ୍କ ସହଯୋଗ ରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସାପାଇବେ,ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟହେବ।ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ,ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବାପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ,କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ,ମହିଳାମାନେ ଧାର୍ମିକ କାର୍ଯ୍ୟରେ ଆଗ୍ରହୀ ହେବେ ।
ବିଛା:-ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ,ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି, ପୁତ୍ର,କନ୍ୟା ଅବଜ୍ଞାକରିବେ ଓ ତାଙ୍କକର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ,ବାପାମାଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ,ବିଦ୍ୟାର୍ଥୀ,କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ।ମହିଳାମାନେ ବିଷାଦଗ୍ରସ୍ତ ହେବେ ।
ଧନୁ:-ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ ।ବାଣିଜ୍ୟ,ବ୍ୟବସାୟରେ କ୍ଷତିପହଞ୍ଚିବ।କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ,ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ ।ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ।ମହିଳାମାନେ ଉଦର ଯନ୍ତ୍ରଣା ପାଇବେ
ମକର:-ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ।ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି,ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ,ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
କୁମ୍ଭ:-ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି।କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତକର୍ମରେ ବାଧା ବିଘ୍ନ ଓ କର୍ମରେ ଅସଫଳ ରହିବେ।ମୂଲ୍ୟବାନ ପଦାର୍ଥନଷ୍ଟ ଓ ଚୋରି ଯିବ।ଧନକୁନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ।ବିଦ୍ୟାର୍ଥୀ,କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ,ମହିଳାମାନେ ବଦଖର୍ଚ୍ଚି ହେବେ।
ମୀନ:-ଆଜି ଆପଣଙ୍କୁ ସୁଖାଦ୍ୟ,ସୁବସନ ପ୍ରାପ୍ତିହେବ,ଯଶ,ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ।ବାଣିଜ୍ୟ,ବ୍ୟବସାୟରେ ଉତ୍ତମଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ,ଲକ୍ଷ୍ମୀଙ୍କରକୃପା ରହିବ, ମାନସିକ,ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ।।ଜୟ ଜଗନ୍ନାଥ,ଜୟସୋମନାଥ,ଜୟ ମାଯୋଗମାୟା।।

- Advertisement -

Leave A Reply

Your email address will not be published.