ଆଜିର ରାଶିଫଳ

0 901

ନଭେମ୍ବର ୦୧ ତାରିଖ ୨୦୨୦ ମସିହା(ରବିବାର),କାର୍ତ୍ତିକ-କୃଷ୍ଣପକ୍ଷ,ତିଥି-ପ୍ରତିପଦ ,ବିଛା ରାଶି ର ଘାତଚନ୍ଦ,ମେଷ ରାଶିର ଘାତ ବାର ,ପ୍ରତିପଦ ର ଏକୋଦିଷ୍ଟ ଓ ପ୍ରାବଣ ଶ୍ରାଦ୍ଧ ,ଆଜିର ରାଶିଫଳ ।
ମେଷ-ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ। ଧର୍ମକାର୍ଯ୍ୟରେ ରୁଚି ବଢ଼ିବ, ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ, କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ । ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ  । ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।
ବୃଷ-ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ , ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ , କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ, ବ୍ୟାପାର ଲାଭଦାୟକ ରହିବ,ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ ।
ମିଥୁନ-ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ , ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ ,କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ, ବ୍ୟାପାର ମଧ୍ୟମ ରହିବ ,ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।
କର୍କଟ-ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ , ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ , ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ ,କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ , ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ
ସିଂହ-ଆଜି ବ୍ୟୟବୃଦ୍ଧି ହେବ , ଚକ୍ଷୁ ପୀଡା ଦେଖାଦେବ , ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ , କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟକରି ମଧ୍ୟ ସମାଲୋଚିତ ହେବେ ବ୍ୟାପାରରେ କ୍ଷତି ସହିପାରନ୍ତି , ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ
କନ୍ୟା-ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ  ,ଶୁଭ ସମାଚାର ମିଳିପାରେ , କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ ,ବ୍ୟାପାର ଲାଭଦାୟୀ ରହିବ ,ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ ।
ତୁଳା-ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ , ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ,ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ ,କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି , ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ , ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ
ବିଛା-ଆଜି ଉପହାର ମିଳିପାରେ , କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ,କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ ,କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ ,ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ, ପରିବାରରେ ସୁଖରେ ସମୟ କାଟିବେ ।
ଧନୁ-ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି,ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ , କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି, କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ , ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି , ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ,
ମକର-ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ , ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ , ଅଯଥା ଖର୍ଚ୍ଚ ବଢ଼ିଯିବ, କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ, ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।
କୁମ୍ଭ-ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ,କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ,ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ, ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ ,କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ ,ବ୍ୟାପାରରେ ଦିନଟି ଅଶୁଭ ରହିପାରେ , ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ ,
ମୀନ-ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି , ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ ,ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ ,କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ , ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।

Leave A Reply

Your email address will not be published.