ଆଇନଜୀବୀ ପୀତବାସ ହତ୍ୟାମାମଲା – ୧୨ ଗିରଫ

ଭୁବନେଶ୍ଵର,୨୨।୧୦(ଏସଏସନିଉଜ)ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡା ଗିରଫ ହୋଇଛନ୍ତି।ପଣ୍ଡାଙ୍କ ସମେତ ମୋଟ ୧୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ସୁଟର୍ ଚିଣ୍ଟୁ ପ୍ରଧାନ, କର୍ପୋରେଟର ମଳୟ ବିଷୋୟୀ, ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ମେୟର୍ ଶିବଶଙ୍କର ଦାଶ ଓରଫ ପିଣ୍ଟୁ ,ମଦନ ଦଳାଇ ,ଛାତ୍ରନେତା ଯୋଗୀ ରାଉତ, ରାଜେନ୍ଦ୍ରସାହୁ ଓ କାଳିଆ ଭୂୟାଁ ,ବିପିନ ସ୍ୱାଇଁ, ସୀମାଞ୍ଚଳ ସ୍ୱାଇଁ ,ସିସପାସ ୱାନ ଓ କୁନ୍ଦନ ପାସ ୱାନ। ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇଛି ପୋଲିସ୍। ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁରକୋର୍ଟ ପରିସରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।

- Advertisement -

Leave A Reply

Your email address will not be published.