ଜୁଲାଇ ମାସ ୦୪ତାରିଖ ୨୦୨୬ମସିହା(ଶନିବାର)ଆଷାଢ଼ମାସ- କୃଷ୍ଣପକ୍ଷତିଥି-ଚତୁର୍ଥୀ ଦିବା ଘ ୧୨/୩୯ଗତେ ପଞ୍ଚମୀ,ନକ୍ଷତ୍ର- ଧନିଷ୍ଟା ଦିବାଘ ୦୨/୨୪ ଗତେ ଶତଭିଶା,ସୁର୍ୟୋଦୟ- ପ୍ରାତଃ ଘ୦୫/୧୬/୨୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୪୯,ଯୋଗିନୀ ନୈରୁତେ ଦିବା ଘ୧୨/୩୯ଗତେ ଦକ୍ଷିଣେ,ବୃଷ,ସିଂହ ଓ କନ୍ୟାରାଶିର ଘାତବାର,ମିଥୁନ ଓ ମୀନରାଶିର ଘାତଚନ୍ଦ୍ର,ଚତୁର୍ଥୀର ଏକୋଦିଷ୍ଟ ଓ ପଞ୍ଚମୀର ପାର୍ବଣ ଶ୍ରାଦ୍ଧ,ମୃତେ ଏକ ପାଦ ପୁଷ୍କରଦୋଷ,କାଳବେଳା-ଦିବା ଘ୦୬/୫୫ମଧ୍ୟେ ଓ ଘ୦୪/୪୫ଗତେ ଘ୦୬/୨୫ମଧ୍ୟେ,ବାରବେଳା-ଦିବା ଘ୦୧/୨୮ଗତେ ଘ୦୩/୦୯ ମଧ୍ୟେ,
ବିଶୁଦ୍ଧ ଅମୃତବେଳା-ରାତ୍ରି ଘ୦୭/୧୫ଗତେ ଘ୦୮/୦୨ମଧ୍ୟେ ଓ ରାତ୍ରି ଘ୧୨/୦୨ଗତେ ଘ୦୨/୦୮ମଧ୍ୟେ ଓ ରାତ୍ରି ଘ୦୨/୨୬ଗତେ ଘ୦୪/୦୧ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୯/୧୬ଗତେ ଘ୧୧/୪୦ ମଧ୍ୟେ ,
ଅଦ୍ୟମୂଳା ଦିବା ଘ୧୨/୩୯ଗତେ ବେଲଭକ୍ଷଣ ନିଷେଧ।
ମେଷ:-ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେନାହିଁ।ପରିସ୍ଥିତି ଯେମିତିହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନର ସୁଯୋଗ ମିଳିବ।
ବୃଷ:-ଆଜି ନିଜଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସିଆଣିଦେବ ଆପଣଙ୍କର ପୁରୁଣାବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତରଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
ମିଥୁନ:-ଆଜି ଆପଣ ଜାଣିବାକୁପାଇବେଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ଅଛି।ଏଥିରୁ କେହିଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
କର୍କଟ:-ଯଦି ଆପଣଙ୍କୁ ଏମିତିଲାଗେଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କରବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ।ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
ସିଂହ:-ଆଜି ଆପଣଙ୍କର ଭ୍ରମଣକରିବା ସମ୍ଭାବନା ଅଛି।କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି ।ଏହା ଏକ କମ୍ ସମୟରଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
କନ୍ୟା:-ଆପଣଙ୍କର ଏବଂ ଆପଣଙ୍କପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି।ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନହୁଏ ତେବେ ଆପଣ ନିଜପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।
ତୁଳା:-ଦିନଟି କ୍ଳେଶ ଦାୟକ।ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ।କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ।ଚ଼ିନ୍ତାର କୌଣସି କାରଣନାହିଁ, କାହିଁକିନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।
ବିଛା:-ଆଜି ଆପଣ ନିଜକୁନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟନିଅନ୍ତୁ।ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।
ଧନୁ :-ଆଜିରଦିନ ନିଜ ପରିବାର ଲୋକଙ୍କସହିତ ରହିବାପାଇଁ ଶୁଭ ଦିନ ଅଟେ।ଆଜି ଆପଣ ସେମାନଙ୍କସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗନେବେ।ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।
ମକର:-ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକଭାବନାଦ୍ୱାରା ଅନ୍ୟମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତିକ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟହେବ। କଣ୍ଟା ବା ମୁନିଆ ବସ୍ତୁଦ୍ବାରା ଆଘାତ ହୋଇପାରନ୍ତି ।
କୁମ୍ଭ:-ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି।ଏହା କୌଣସି ଉପହାର,କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗଅଛି। ଦିନଟି ପ୍ରିତିପଦ ରହିବ।
ମୀନ:-ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ।ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁହେବ।ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟଯୋଗୁଁ ହେଉଛି।ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭଉଠାନ୍ତୁ ।।ଜୟ ଜଗନ୍ନାଥ,ଜୟସୋମନାଥ,ଜୟ ମାଯୋଗମାୟା।।
ଆଜିର ରାଶିଫଳ
Prev Post
