ଏପ୍ରିଲମାସ ୨୧ତାରିଖ ୨୦୨୬ମସିହା(ମଙ୍ଗଳବାର)ବୈଶାଖମାସ- ଶୁକ୍ଳପକ୍ଷ,ତିଥି-ପଞ୍ଚମୀ ରାତ୍ରିଘ୦୧/୩୯ଗତେ ଷଷ୍ଠୀ,ନକ୍ଷତ୍ର-ମୃରଶିରା ରାତ୍ରି ଘ୧୨/୫୧ଗତେ ଆର୍ଦ୍ରା,ସୁର୍ୟୋଦୟ-ପ୍ରାତଃଘ୦୫/୨୦/୪୪,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/୦୪/୦୩,ଯୋଗିନୀ ଦକ୍ଷିଣେ ରାତ୍ରିଘ୦୧/୩୯ଗତେ ପଶ୍ଚିମେ,ମକର ରାଶିର ଘାତବାର,ବିଛାରାଶିର ଘାତଚନ୍ଦ୍ର,ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା -ଦିବା ଘ୦୧/୨୦ଗତେ ଘ୦୨/୫୪ମଧ୍ୟେ,ବାରବେଳା-ଦିବା ଘ୦୭/୦୦ଗତେ ଘ୦୮/୩୫ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୮/୩୭ ଗତେ ଘ୧୦/୧୭ମଧ୍ୟେ ଓ ଘ୧୨/୪୦ଗତେ ଘ୦୧/୧୯ମଧ୍ୟେ ଓ ଘ୦୩/୦୪ ଗତେ ଘ୦୪/୪୨ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ନାସ୍ତି,ଅଦ୍ୟ ବେଲ ରାତ୍ରି ଘ୦୧/୩୯ଗତେ ନିମ୍ବ ଭକ୍ଷଣ ନିଷେଧ।
ମେଷ:-ଆଜିର ଅସମ୍ପୂର୍ଣ୍ଣକାମକୁ ସମ୍ପୂର୍ଣ୍ଣ କରିବେ।ଯିବାଆସିବା ସମୟରେ ଅପରିଚିତବ୍ୟକ୍ତିଙ୍କଠାରୁ ଦୂରେଇରହିବା ଭଲ। ହାତକୁନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକଠାରୁ ଦୂରେଇ ରୁହନ୍ତୁ।
ବୃଷ :-ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କପାଇଁ ଭଲ ସମୟ ଅଟେ।ପରିଶ୍ରମ ଅନୁପାତରେ କମ ସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପହେବାର ଆଶଂକା ଅଛି।
ମିଥୁନ:-ସମସ୍ତକାର୍ଯ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବକରିବେ।ମାତା ଏବଂ ମହିଳା ମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳ ହେବେ।ବିଚାରର ଭରମାରରେ ମାନସିକ ଆଳସ୍ୟଅନୁଭବ କରିବେ।ଅନିଦ୍ରାକାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।ପାଣି କିମ୍ବା ଅନ୍ୟ ତରଳପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।
କର୍କଟ:-କାର୍ଯ୍ୟସଫଳ ପାଇଁ ଆଜିରଦିନ ଭଲ ରହିବ।ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସିରହିବେ।ଲଘୁଯାତ୍ରାର ଯୋଗ ଅଛି। ଭାଇ-ବନ୍ଧୁମାନଙ୍କସହ ମିଳାମିଶା ରହିବ।ଆର୍ଥିକଲାଭ ତଥା ସମାଜରେ ଆଦରସମ୍ମାନ ମିଳିବ।ବିରୋଧିମାନଙ୍କୁ ପରାଜିତ କରି ପାରିବେ।
ସିଂହ:-ଦୂରରେ ବାସକରୁଥିବା ସ୍ନେହୀଜନ ତଥା ମିତ୍ରମାନଙ୍କ ସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭ ହେବ।ପରିବାରରେ ସୁଖ-ଶାନ୍ତି ରହିବ।ଉତ୍ତମ ଭୋଜନର ପ୍ରାପ୍ତିହେବ।ନିର୍ଦ୍ଧାରିତକାମରେ ସଫଳତା ମିଳିବ।ମହିଳା ମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।
କନ୍ୟା:-ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତ କରି ନିଜର କାମ କାଢ଼ି ପାରିବେ।ବ୍ୟବସାୟ ଦୃଷ୍ଟିରେ ଆଜିରଦିନ ଲାଭଦାୟକ ପ୍ରମାଣିତ ହେବ। ଆପଣଙ୍କ ସ୍ଵାସ୍ଥ୍ୟ ଭଲରହିବ ଏବଂ ମନ ମଧ୍ୟ ସୁସ୍ଥରହିବ।ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖଆନନ୍ଦ ପ୍ରାପ୍ତିହେବ।ଧନଲାଭ ତଥା ପର୍ଯ୍ୟଟନର ଯୋଗ ଅଛି।
ତୁଳା:-ଆଜି ଆପଣ ଅନ୍ୟବ୍ୟକ୍ତି କିମ୍ବା କୁଟୁମ୍ବଜନମାନଙ୍କ ସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନା ଅଛି।ପରୋପକାର ବଦଳରେ ଉପକାର ମିଳିପାରେ। ଆୟ ଅପେକ୍ଷା ଖର୍ଚ୍ଚରମାତ୍ରା ବଢ଼ିବ।ଦ୍ୱନ୍ଦ୍ୱ ଏବଂ ସମସ୍ୟା ମନର ଶାନ୍ତିଭଙ୍ଗ କରିବ।ଆଧ୍ୟାତ୍ମିକ ବଚନ କିମ୍ବା ଈଶ୍ଵରଙ୍କର ନାମ ସ୍ମରଣ ଶାନ୍ତି ଦେବ।
ବିଚ୍ଛା:-ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତି ମିଳିବ।ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭସମାଚାର ମିଳିବ।ମାଙ୍ଗଳିକକାର୍ଯ୍ୟ ହେବ। ବିବାହ ପାଇଁ ସଂଯୋଗ ବନିବ।ଚାକିରି ଧନ୍ଦାରେ ଭଲ ଅବସର ଆସିବ। ଆୟରେ ବୃଦ୍ଧିହେବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବାର ଯୋଗ ଅଛି।
ଧନୁ:-ଆଜି ଆପଣଙ୍କକାର୍ଯ୍ୟ ସଫଳତାପୂର୍ବକ ସଂପନ୍ନହେବ।ପରୋପକାର ଭାବନା ଆଜି ବଲବତ୍ତର ରହିବ।ଆମୋଦପ୍ରମୋଦ ସହିତ ଆପଣଙ୍କଦିନ କଟିବ।ଚାକିରି-ବ୍ୟବସାୟରେ ମାନସମ୍ମାନ ପ୍ରାପ୍ତିହେବ।ଗୃହସ୍ଥ ଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।
ମକର:-ଆପଣଙ୍କ ଆଜିରଦିନ ମିଶ୍ର ଫଳଦାୟକ ପ୍ରମାଣିତହେବ।ବୌଦ୍ଧିକ କାର୍ଯ୍ୟ ଗୁଡ଼ିକରେ ଏବଂ ବ୍ୟବସାୟରେ ନୂଆବିଚାରଧାରା ଉଦ୍ରେକ ହେବ। ତଥାପି ମଧ୍ୟ ମନର କୌଣସିକୋଣରେ ଆପଣ ଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟା ବିଷୟରେ ଚିନ୍ତାସୃଷ୍ଟି ହୋଇପାରେ।
କୁମ୍ଭ:-ନକାରାତ୍ମକ ବିଚାରରେ ମନରେ ହତାସା ସୃଷ୍ଟି ହୋଇପାରେ।ଏହି ସମୟ ମାନସିକ ଉଦ୍ଵେଗ ଏବଂ କ୍ରୋଧରଭାବନା ଅନୁଭବ କରିପାରନ୍ତି।ବାଣୀ ଉପରେ ନିୟନ୍ତ୍ରଣ ନରହିବାକାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି।ସ୍ଵାସ୍ଥ୍ୟ ଖରାପ ହୋଇପାରେ ।
ମୀନ:-ଆଜିର ଦିନ ସୁଖ-ଶାନ୍ତିରେ କଟିବ।ବ୍ୟାପାରିମାନଙ୍କ ଉତ୍ତମ ସମୟ ଅଟେ।ପତିପତ୍ନୀଙ୍କର ମଧ୍ୟରେ ଦାମ୍ପତ୍ୟଜୀବନରେ ନିକଟତା ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେ ପ୍ରସିଦ୍ଧି ମିଳିବ।ଉତ୍ତମ ବୈବାହିକ ସୁଖପ୍ରାପ୍ତି ହେବ।।ଜୟ ଜଗନ୍ନାଥ,ଜୟସୋମନାଥ,ଜୟ ମାଯୋଗମାୟା।।
ଆଜିର ରାଶିଫଳ
Prev Post
Next Post
