ଆଜି ୯ ଜିଲ୍ଲାରେ ଅତି ପ୍ରବଳ ବର୍ଷା

0 193

ଭୁବନେଶ୍ୱର୨୫/୬(ଏସଏସନିୟୁଜ) ଝାଡ଼ଖଣ୍ଡ ଏବଂ ତା’ର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିମି ବ୍ୟାପିବାସହ ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟ ଦେଇ ଏକ ନିମ୍ନ ଚାପ ରେଖା ସମୁଦ୍ର ପତ୍ତନଠାରୁ ୧.୫ କିମି ଉଚ୍ଚତା ମଧ୍ୟରେ ଉତ୍ତର ଆନ୍ଧ୍ର ଉପକୂଳ ଯାଏଁ ଲମ୍ବିଛି।ଏହାର ପ୍ରଭାବ ଏବଂ ମୌସୁମି ବାୟୁ ସକ୍ରିୟ ରହିବା ଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ସମ୍ବଲପୁର, ଦେବଗଡ,ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ ଆଦି ୯ଟି ଜିଲ୍ଲା ରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହାସହ ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ,କେନ୍ଦ୍ରାପଡା, ଜଗତସିଂହପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଏବଂ କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଅନୁଭୂତ ହୋଇପାରେ। ଏଣୁ ଏହି ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.