ଆଜି କରୋନା ପଜିଟିଭ୍ ସଂଖ୍ୟା ୩ ହଜାର,ମୃତ୍ୟୁସଂଖ୍ୟା ୧୯

0 130

ଭୁବନେଶ୍ୱର,୨/୨(ଏସଏସନିଉଜ)ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେଥିମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୭୧୪ ରହିଛି ।ଆଜି ୩୪୫୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୦୧୨ ଓ ସ୍ଥାନୀୟ ଅଞ୍ଚଳରୁ ୧୪୩୮ ଜଣ ଚିହ୍ନଟ ହୋଇଛନ୍ତି । ଏହାଭିତରେ ୪୩୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଥିବାର ଜଣାପଡିଛି ।ସେହିଭଳିଭାବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ସେଥି ମଧ୍ୟରେ ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.