ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୯୭.ମୃତ୍ୟୁ ୪୪

0 252

ଭୁବନେଶ୍ୱର,୧୦/୬(ଏସଏସନିୟୁଜ)ଗତକାଲି କମଥିବାବେଳେ ଆଜି କରୋନା ସଂକ୍ରାମିତଙ୍କ ସଂଖ୍ୟା ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୭୨୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୪୬ଜଣ ସଙ୍ଗରୋଧରୁ ଓ ସ୍ଥାନୀୟ ଅଞ୍ଚଳରୁ ୨୬୫୧ ଜଣ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୯୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୨ଜଣ, ବରଗଡ଼ ଜିଲ୍ଲାରୁ ୧୦୭ଜଣ, ଭଦ୍ରକ ଜିଲ୍ଲାରୁ ୨୪୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୧୩୦ଜଣ, କଟକ ଜିଲ୍ଲାରୁ ୬୪୭ଜଣ, ଦେଓଗଡ଼ ଜିଲ୍ଲାରୁ ୨୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୩ଜଣ, ଗଜପତି ଜିଲ୍ଲାରୁ ୪୮ଜଣ, ଗଞ୍ଜାମ ଜିଲ୍ଲାରୁ ୪୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨୬ଜଣ, ଯାଜପୁର ଜିଲ୍ଲାରୁ ୪୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭୭ଜଣ, କନ୍ଧମାଳ ଜିଲ୍ଲାରୁ ୧୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୫୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୧୭ଜଣ, କୋରାପୁଟ ଜିଲ୍ଲାରୁ ୧୨୬ଜଣ, ମାଲକାନଗିରି ଜିଲ୍ଲାରୁ ୮୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪୬ଜଣ, ନୟାଗଡ଼ ଜିଲ୍ଲାରୁ ୧୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୨୯୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୧ଜଣ, ସୋନପୁର ଜିଲ୍ଲାରୁ ୬୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦୮ଜଣ , ଷ୍ଟେଟ୍ ପୁଲ୍‌ରୁ ୧୫୧ଜଣ ରହିଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ୫ ,ଅନୁଗୁଳ, ବରଗଡ଼, କଟକ, ଝାରସୁଗୁଡ଼ାରୁ ୪ ଜଣ ଲେଖାଏ, କଳାହାଣ୍ଡି, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ, ବଲାଙ୍ଗିର, ବୌଦ୍ଧ, ମୟୂରଭଞ୍ଜରୁ ୨ ଜଣ ଲେଖାଏ, ଦେବଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.