ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷଦିନ

0 104

ଭୁବନେଶ୍ୱର,୨୧/୧୧(ଏସଏସନିଉଜ)ପଦ୍ମପୁରଉପନିର୍ବାଚନକୁ ନେଇ ଆରମ୍ଭ ହୋଇଯାଇଛି ସରଗରମ ରାଜନୀତି। ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷଦିନ ଥିବାବେଳେ କେଉଁପ୍ରାର୍ଥୀ ନାମାଙ୍କନ ପ୍ରତ୍ୟାହାର କରୁଛନ୍ତି ତାଉପରେ ରହିଛି ସଭିଙ୍କ ନଜରା ଅନ୍ୟପକ୍ଷରେ ଭୋଟରଙ୍କୁ ନିଜ ସପକ୍ଷକୁ ଆଣିବାପାଇଁ ଲାଗିପଡ଼ିଲେଣି ପ୍ରାର୍ଥୀ। ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ଲାଗି ଧାମନଗରର ଯୁବ ବିଧାୟକ ସୂର୍ଯ୍ୟବଂଶୀ ସୁରଜ ପ୍ରଚାର ମଇଦାନକୁ ଓହ୍ଲାଇଥିବା ବେଳେ ବିଜେଡି ପ୍ରାର୍ଥୀ ବର୍ଷାରାଣି ବରିହା ମଧ୍ୟ ଜୋରଦାର କ୍ୟାମ୍ପେନିଂ ଚଳାଇଛନ୍ତି। ବିଜେପି ଓ ବିଜେଡି ଫାଇଟ୍ ଭିତରେ ଆଜିଠୁ ପ୍ରଚାର ମଇଦାନକୁ ଓହ୍ଲାଇବ କଂଗ୍ରେସ। ଚାଷୀଙ୍କ ସମସ୍ୟାକୁ ଅସ୍ତ୍ର କରି ଦଳ ଲୋକଙ୍କ ପାଖକୁ ଯିବ ବୋଲି କହିଛନ୍ତି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ।

Leave A Reply

Your email address will not be published.