ଆଜିର ରାଶିଫଳ

ସେପ୍ଟେମ୍ବର ମାସ ୧୭ ତାରିଖ ୨୦୨୬ ମସିହା (ଗୁରୁବାର)ଭାଦ୍ରବମାସ- ଶୁକ୍ଳପକ୍ଷ,ତିଥି- ଷଷ୍ଠୀ ଦିବା ଘ୧୦/୨୧ ଗତେ ସପ୍ତମୀ,ନକ୍ଷତ୍ର- ଅନୁରାଧା ଦିବା ଘ୦୮/୧୭ ଗତେ ଜ୍ୟେଷ୍ଠା,ସୂର୍ୟୋଦୟ- ପ୍ରାତଃ ଘ୦୫/୩୮/୩୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୫/୦୦,ଯୋଗିନୀ ପଶ୍ଚିମେ ଦିବା ଘ୧୦/୨୨ ଗତେ ବାୟବ୍ୟେ,ତୁଳା ଓ କୁମ୍ଭ ରାଶିର ଘାତବାର,ସପ୍ତମୀ ର ପାର୍ବଣ ଶ୍ରାଦ୍ଧ,ମୃତେ ଦିବା ଘ୧୦/୨୨ ଗତେ ଏକପାଦ ପୁଷ୍କର ଦୋଷ,କାଳବେଳା ଓ ବାରବେଳା- ଦିବା ଘ୦୨/୪୦ ଗତେ ଘ୦୫/୪୫ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୧/୦୦ ଗତେ ଘ୦୩/୪୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୧୫ ମଧ୍ୟେ ଓ ଘ୧୦/୨୮ ଗତେ ଘ୧୨/୫୨ ମଧ୍ୟେ,ଅଦ୍ୟ ତାଳ ଭକ୍ଷଣ ନିଷେଧ।
ମେଷ- ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ। ପରିବାରରେ ମନୋମାଳିନ୍ୟ ଦେଖା ଦେବ।ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ ।କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ।
ବୃଷ-ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ। କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ।ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।
ମିଥୁନ-ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।
ଆକର୍କଟ-ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟ ଙ୍କ ସହ କଳହ ହୋଇପାରେ ।ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ। କାର୍ଯ୍ୟ କ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ ।
ସିଂହ- ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ।ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ର ରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ ।
କନ୍ୟା-ଆଜି ଶତ୍ରୁ ପରାଜୟ ହୋଇପାରେ।ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ।ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।
ତୁଳା-ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ।ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ।କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ।ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।
ବିଛା-ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ ।କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ।କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ।ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ।ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।ଧନୁ-ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ।ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ।କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚ ସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ।ବ୍ୟାପାରରେ ଦିନଟି ମଧ୍ୟମ ରହିବ।ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।
ମକର-ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ।ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ।ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ। ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ।

କୁମ୍ଭ- ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ।କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ
।ଗୁରୁଜନଙ୍କ ଆଶୀର୍ବାଦ ମିଳିବ।କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ । ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ।
ମୀନ-ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ।ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ।କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ।ବ୍ୟାପାରରେ ବାଧା ଆସିପାରେ।ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ ।

- Advertisement -

Leave A Reply

Your email address will not be published.