ଆଜିର ରାଶିଫଳ

0 116

ମଇ ମାସ ୧୦ ତାରିଖ ୨୦୨୪ ମସିହା(ଶୁକ୍ରବାର)
ବୈଶାଖମାସ- ଶୁକ୍ଳପକ୍ଷ,ତିଥି- ତୃତୀୟା ରାତ୍ରି ଘ୦୨/୩୨ ଗତେ ଚତୁର୍ଥୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୭/୧୪,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୯/୪୭*
ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ୦୨/୩୨ ଗତେ ନୈରୁତେ,ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କନ୍ୟା ରାଶିର ଘାତଚନ୍ଦ୍ର,ବିଛା,ଧନୁ ଓ ମୀନ ରାଶିର ଘାତବାର,ଅଦ୍ୟ ମୃତେ ଏକପାଦ ଓ ଦିବା ଘ୦୬/୦୪ ଗତେ ଦ୍ଵିପାଦ ଓ ଦିବା ଘ୧୨/୧୮ ଗତେ ରାତ୍ରି ଘ ୦୩/୫୬ ମଧେ ଏକପାଦ ପୁଷ୍କରଦୋଷ, କାଳବେଳା ଓ ବାରବେଳା – ଦିବା ଘ ୦୮/୨୭ଗତେ ଘ୧୧/୪୧ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୨ମଧ୍ୟେ ଓ ଘ୦୭/୪୦ ଗତେ ଘ୦୮/୨୬ ମଧ୍ୟେ ଓ ଘ୧୨/୨୮ ଗତେ ଘ୦୨/୦୩ ମଧ୍ୟେ ଓ ଘ୦୩/୦୪ ଗତେ ଘ୦୫/୧୬ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୧/୦୦ଗତେ ଘ୧୧/୫୦ ମଧ୍ୟେ,ପୋଟଳ ଭକ୍ଷଣ ନିଷେଧ।
ମେଷ :-ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନର ସୁଯୋଗ ମିଳିବ।
ବୃଷ:- ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
ମିଥୁନ :-ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
କର୍କଟ :-ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
ସିଂହ :- ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
କନ୍ୟା :-ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।
ତୁଳା :-ଦିନଟି କ୍ଳେଶ ଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ । ।
ବିଛା :-ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।
ଧନୁ :-ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।
ମକର :-ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ। କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।
କୁମ୍ଭ :-ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।
ମୀନ-ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।

ଅକ୍ଷୟତୃତୀୟା-ଅକ୍ଷିମୁଠି ଅନୁକୂଳଚନ୍ଦନଯାତ୍ରାର ଆରମ୍ଭ
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
💥ଅକ୍ଷୟ ତୃତୀୟା ବ୍ରତ
ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ସହିତ କୃତ୍ତିକା ବା ରୋହିଣୀ ନକ୍ଷତ୍ରଯୁକ୍ତ ହେଲେ ମହାଫଳ ପ୍ରାପ୍ତିହୁଏ । ଏହାକୁ ବ୍ରତ ରୂପେ ପାଳନ କରାଯାଏ । ବ୍ରତୀମାନେ ଶୁଦ୍ଧକାଳରେ ଏହି ବ୍ରତକୁ ଆରମ୍ଭକରି ଆଠବର୍ଷରେ ଉଦ୍‌ଯାପନ କରନ୍ତି । ଏହିଦିନ ଜଳଦାନ କଲେ କି ପୁଣ୍ୟଫଳ ମିଳେ ସେ ସଂପର୍କରେ ଚମତ୍କାର ଉପାଖ୍ୟାନଟି ଏହିପରି- ପୁରାକାଳରେ ଜଣେ ପାପୀ ବ୍ରାହ୍ମଣ ଥିଲା । ସେ ତା’ ଜୀବନରେ କିଛି ଦାନ ଧର୍ମକାର୍ଯ୍ୟ କରି ନଥିଲା । ଥରେ ତା’ ଗୃହକୁ ଅନ୍ୟ ଜଣେ ତୃଷାର୍ତ୍ତ ବ୍ରାହ୍ମଣ ଆସି ଜଳଭିକ୍ଷା କଲା । ପାପୀ ବ୍ରାହ୍ମଣ ତାକୁ ଜଳ ନଦେଇ ନିଷ୍ଠୁର ଭାବେ ଗୃହରୁ ବିତାଡିତ କଲା ସମୟରେ ସୁଶିଳା ନାମ୍ନୀ ତା’ର ସ୍ତ୍ରୀ ଆସି ସ୍ୱାମୀକୁ ସେ କାର୍ଯ୍ୟରୁ ନିବୃତ୍ତ କଲା ଓ ତୃଷାର୍ତ୍ତକୁ ଜଳଦାନ କଲା । କିଛି ବର୍ଷ ପରେ ପାପୀ ବ୍ରାହ୍ମଣର ମୃତ୍ୟୁ ହେଲା । ଯମଦୂତମାନେ ଆସି ତାକୁ ବାନ୍ଧି ନେଇଗଲେ । ଯମପୁରୀରେ ଥାଇ ଥରେ ସେ ତୃଷାର୍ତ୍ତ ହୋଇ ଯମଦୂତଙ୍କୁ ଜଳଭିକ୍ଷା କଲା । ଯମଦୂତମାନେ ତାହାକୁ ତିରଷ୍କାର କରି କହିଲେ- ନିଜ ଜୀବନରେ କେବେ ଜଳଦାନ ନକରି ଜଳଭିକ୍ଷା କରୁଛୁ କିପରି, ପାପୀ ? ଏହି ସମୟରେ ସ୍ୱୟଂ ଯମରାଜ ସେଠାରେ ପହଞ୍ଚି ସ୍ୱହସ୍ତରେ ସେ ବ୍ରାହ୍ମଣକୁ ଜଳଦାନ କଲେ । ଦୂତମାନେ ଆଶ୍ଚର୍ଯ୍ୟ ହୋଇ ଏହାର କାରଣ ପଚାରିବାରୁ ଯମରାଜ କହିଲେ – ଏହି ବ୍ରାହ୍ମଣ ସାରା ଜୀବନ ପାପକର୍ମ କରିଥିଲେ ସୁଦ୍ଧା ଅକ୍ଷୟତୃତୀୟା ଦିନ ଏହାର ସ୍ତ୍ରୀ ତୃଷାର୍ତ୍ତ ବ୍ରାହ୍ମଣକୁ ଜଳଦାନ କରିଥିଲା । ସ୍ତ୍ରୀର ସେହି ପୁଣ୍ୟବଳରୁ ଏହାର ପାପ ଖଣ୍ଡନ ହୋଇଛି । ତେଣୁ ଏହାର ଆଉ ନର୍କଭୋଗ ଯୋଗ ନାହିଁ । ମହର୍ଷି ଜନକ ଭାରତୀୟ କୃଷିଜୀବୀ କୁଳର ପ୍ରତିନିଧି ରୂପେ ନିଜେ ଭୂମିପୂଜା କରି ବୀଜବପନ କରୁଥିଲେ । ଭୂମିକର୍ଷଣ ସମୟରେ ସେ ସୀତାଙ୍କୁ ଲାଭ କରିଥିବାରୁ ଋକ୍ ବେଦରେ ସୀତା ଉତ୍କୃଷ୍ଟ ବୀଜଦାତ୍ରୀ ରୂପେ ବର୍ଣ୍ଣିତ ହୋଇଛନ୍ତି । ବୈଦିକ ଋଷିମାନେ ଅକ୍ଷୟ ଶସ୍ୟ ପ୍ରଦାନ କରିବା କାମନାରେ ସୀତାଙ୍କୁ ସ୍ତୁତି କରିଛନ୍ତି । ଆଗ୍ନେୟ ପୁରାଣ, ବିଷ୍ଣୁ ଧର୍ମୋତ୍ତର ପୁରାଣ ଓ ଭବିଷ୍ୟ ପୁରାଣାଦିରେ ଅକ୍ଷୟ ତୃତୀୟାକୁ ଗୋଟିଏ ପ୍ରଶସ୍ତ ଶୁଭଦିନ ରୂପେ ବର୍ଣ୍ଣନା କରାଯାଉଛି ।
ରଥନିର୍ମାଣର ଶୁଭାନୁକୂଳ ,ଚନ୍ଦନଯାତ୍ରା-ଏହି ଦିନ ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା ଆରମ୍ଭ ହୁଏ ।
-ଏହି ଦିନର ବିଶେଷତ୍ୱ-
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ରଥଯାତ୍ରା ପାଇଁ ଉଦ୍ଧିଷ୍ଟ ରଥ ନିର୍ମାଣ ଆରମ୍ଭ ।
🔴ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଚନ୍ଦନଯାତ୍ରାର ଶୁଭାରମ୍ଭ ଏହି ଦିନ ହୋଇଥାଏ ।
🔴ବଳଦେବଜୀଉ ମନ୍ଦିରରେ କୃଷିର ଆରାଧ୍ୟ ଦେବ ହଳାୟୁଧ ବଳରାମଙ୍କର ରେବତୀଙ୍କ ସହ ବିବାହୋତ୍ସବ ଅନୁଷ୍ଠିତ ହୋଇଥାଏ ।
🔴ପରଶୁରାମ ଓ ଜୟଦେବଙ୍କ ଜୟନ୍ତୀ ।
🔴ବଦ୍ରୀନାଥ ଧାମ ଏହି ଦିନ ଖୋଲାଯାଇଥିବା ବିଧି ରହିଛି ।
🔴ସତ୍ୟ ଯୁଗର ତ୍ରେତୟା ଯୁଗର ଆରମ୍ଭ ଏହି ଦିନ ଆରମ୍ଭ ହୋଇଥିଲା ।
🔴 ବ୍ରହ୍ମାଙ୍କ ପୁତ୍ର ଅକ୍ଷୟ କୁମାର ଙ୍କ ଅବତରଣ
🔴 ମା ଅନ୍ନପୂର୍ଣ୍ଣା ଙ୍କ ଜନ୍ମ ।
🔴 ଚିରଞ୍ଜିବୀ ମହର୍ଷି ପର୍ଶୁରାମ ଙ୍କ ଜନ୍ମ ।
🔴 କୁବେର ଙ୍କୁ ଧନର ଭଣ୍ଡାର ମିଳିଥିଲା ।
🔴 ମା ଗଙ୍ଗା ଙ୍କର ପୃଥିବୀ ଅବତରଣ ହୋଇଥିଲା
🔴 ସୂର୍ଯ୍ୟ ଭଗବାନ ପାଣ୍ଡବ ମାନଙ୍କୁ ଅକ୍ଷୟ ପାତ୍ର ପ୍ରଦାନ କରିଥଲେ ।
🔴 ମହାଭାରତ ଯୁଦ୍ଧ ସମାପ୍ତ ହୋଇଥିଲା ।
🔴 ବ୍ୟାସଦେବ ଗଣେଶଙ୍କ ସହ ମିଶି ମହାକାବ୍ୟ “ମହାଭାରତ” ରଚନା ପ୍ରାରମ୍ଭ କରିଥିଲେ ।
🔴 ବୃନ୍ଦାବନରେ ବାଙ୍କେ ବିହାରି ମନ୍ଦିରରେ ଶ୍ରୀକୃଷ୍ଣ ଙ୍କ ଚରଣ ଦର୍ଶନ ହୋଇଥାଏ ।
🔴ଆଦି ଶଙ୍କରାଚାର୍ଯ୍ୟ ” କନକଧାରା ସ୍ତୋତ୍ର ” ରଚନା କରିଥିଲେ ।
🔴ଅକ୍ଷୟ ତୃତୀୟାରେ ସମସ୍ତ ପ୍ରକାର ଶୁଭ କାର୍ଯ୍ୟର ଶୁଭାରମ୍ଭ ହୋଇଥାଏ ।
🔴ଓଡ଼ିଶାରେ ଚାଷୀମାନେ ଆଜି ଜମିରେ ଅକ୍ଷିମୁଠି ଅନୁକୂଳ କରିଥାଆନ୍ତି ।
!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

Leave A Reply

Your email address will not be published.