ଆଜିର ରାଶିଫଳ

0 101

୨୯-୧୨-୨୦୨୨(ଗୁରୁବାର)ପ୍ରାତଃ ଘ୭।୧ ଗତେ ମୀନ ବୃଷ ମିଥୁନ କର୍କଟ କନ୍ୟା ତୁଳା ବିଛା ମକର କୁମ୍ଭ ଏ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି । ଧନୁରାଶିର ଘାତଚନ୍ଦ୍ର। ତୁଳା ଓ କୁମ୍ଭରାଶିର ଘାତବାର। ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ତାଳ ରାତ୍ରି ଘ୭।୫୪ ଗତେ ନଡ଼ିଆ ଭକ୍ଷଣ ନିଷେଧ।
ମେଷ:-ନିଜକାମରେ ଆପଣଙ୍କୁ ଲାଭ ମିଳିପାରେ। ଆପଣଙ୍କ ସକାରାତ୍ମକ ବିଚାରରେ ଲୋକେ ପ୍ରଭାବିତ ହେବେ। ଛାତ୍ରଛାତ୍ରୀଙ୍କ ଖୁସି ଲାଗି ନୂଆ ଅବସର ଆସିବ।
ବୃଷ:-ଅତୀତ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ। ସଂଚାର ଓ ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ଉନ୍ନତି ହେବ।
ମିଥୁନ:-ଆଧ୍ୟାତ୍ମିକ ଦିଗରେ ଆପଣଙ୍କର ଅଧିକ ଧ୍ୟାନ ରହିବ। ଲୋକଙ୍କୁ ଆକର୍ଷିତ କରିବାରେ ସଫଳ ହେବେ। ପୁରୁଣା ଜମି ବିବାଦ ସମାପ୍ତ ହୋଇଯିବ। ଶିକ୍ଷକଙ୍କ ଲାଗି ଦିନଟି ଭଲ।
କର୍କଟ:-ସାରାଦିନ କାମରେ ବ୍ୟସ୍ତ ରହିବେ। ଆପଣଙ୍କର ଉଦାର ସ୍ବଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ନୂଆ କାରବାରରେ ପୁଞ୍ଜି ନିବେଶ ପୂର୍ବରୁ ପରିବାରରେ ବଡ଼ଲୋକଙ୍କ ପରାମର୍ଶ ନିଅନ୍ତୁ।
ସିଂହ:-ଆୟ ବୃଦ୍ଧିର ନୂଆ ମାର୍ଗ ଖୋଲିବ। ଅଫିସ୍ରେେ ସହକର୍ମୀଙ୍କ ଉପରେ ବିରକ୍ତି ହୁଅନ୍ତୁ ନାହିଁ। ବିବାହିତା ମହିଳା ଘରର ଆବଶ୍ୟକତା ଉପରେ ଧ୍ୟାନ ଦିଅନ୍ତୁ। ଛାତ୍ରଙ୍କ ଲାଗି ଦିନଟି ଅନୁକୂଳ।
କନ୍ୟା:-ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ। ବହୁଦିନ ପରେ ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ଫୋନ୍ରେ କଥା ହେବେ। କଳା କ୍ଷେତ୍ରରେ ଥିବା ବ୍ୟକ୍ତିମାନଙ୍କୁ ସଫଳତା ମିଳିପାରେ।
ତୁଳା:-ବ୍ୟବସାୟୀମାନଙ୍କ ଲାଗି ଦିନଟି ଭଲ ରହିବ। ବନ୍ଧୁଙ୍କଠାରୁ ଆର୍ଥିକ ସହାୟତା ମିଳିପାରେ। ଆପଣଙ୍କ ଉତ୍ତମ ବ୍ୟବହାରରେ ଅଫିସ୍ କର୍ମଚାରୀମାନେ ପ୍ରଭାବିତ ହେବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ।
ବିଛା:-ଆପଣ ନିଜ କାମ ସଂପୂର୍ଣ୍ଣ କରିପାରିବେ। ଆର୍ଥିକ ସୁଧାର ଆସିପାରେ। ପୁଅଝିଅ ଆପଣଙ୍କୁ ଭଲ ଖବର ଶୁଣାଇବେ। ଜୀବନସାଥୀଙ୍କ ସ୍ନେହ ଓ ଆଦର ପାଇବା ହେତୁ ଆନନ୍ଦିତ ହେବେ।
ଧନୁ:-ଆପଣଙ୍କ ବିଚାର ସକାରାତ୍ମକ ରଖନ୍ତୁ। କ୍ୟାରିୟର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଯାନବାହନ କିଣିବା ଲାଗି ଦିନଟି ଶୁଭ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁର ସଂପର୍କ ବଜାୟ ରହିବ।
ମକର:-ଶାନ୍ତି ଓ ଧୈର୍ଯ୍ୟ  ଧରି କାମ କଲେ ସଫଳତାର ପାହଚ ଚଢ଼ିବେ। ନୂଆ ଯାନବାହନ କିଣିବାର ଆଶା ପୂରଣ ହୋଇପାରେ। ସନ୍ଧ୍ୟାରେ କୌଣସି ବନ୍ଧୁ ବା ଜୀବନସାଥୀ ସହ ସମୟ ଅତିବାହିତ କରିବେ।
କୁମ୍ଭ:-ଅଫିସ୍ କାମ କରିବାରେ ବାଧା ଆସିପାରେ। ହେଲେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ କାମ ସଂପନ୍ନ ହେବ। ଖେଳାଳିଙ୍କର ପ୍ରଦର୍ଶନ ଭଲ ରହିବ। ଜମି ବେପାରୀଙ୍କ ଲାଗି ଦିନଟି ଶୁଭ।
ମୀନ:-ଚାକିରି ବୃତ୍ତିରେ ଅଧୁରା ସ୍ବପ୍ନ ପୂର୍ଣ୍ଣ ହୋଇପାରେ। ଧନଲାଭର ନୂଆ ମାର୍ଗ ଖୋଲିବ। ମନୋରଂଜନ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଭଲ। ବିବାହିତାଙ୍କୁ ପାରିବାରିକ ଖୁସି ମିଳିବ।!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.