ଆଜିର ଦିନଟି ଆପଣଙ୍କ ପାଇଁ କେମିତି ଅଛି ଜାଣନ୍ତୁ?

0
32

ମଇ ୨୧ ତାରିଖ ୨୦୨୦ମସିହା(ଗୁରୁବାର)ତିଥି -ଚତୁର୍ଦ୍ଦଶୀ ,ମେଷ ରାଶିର ଘାତଚନ୍ଦ୍ର ତୁଳା ଓ କୁମ୍ଭ ରାଶିର, ଘାତବାର ଚତୁର୍ଦ୍ଦଶୀର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ ,ଅଦ୍ୟ ବିରି ଭକ୍ଷଣ ନିଷେଧ, ଆଜିର ରାଶିଫଳ
ମେଷ :- ଆଜି ଆପଣ ଜାଣିପାରିବେ ଆପଣଙ୍କ ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ବନ୍ଧୁମାନେ ସବୁବେଳେ ଆଗଭର ଅଟନ୍ତି । ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
ବୃଷ :- ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
ମିଥୁନ :- ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
କର୍କଟ :- ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
ସିଂହ :- ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ । କନ୍ୟା :- ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
ତୁଳା:- ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
ବିଛା :- ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
ଧନୁ :- ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
ମକର :- ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର‌୍ୟକରିବା ବୁଦ୍ଧିମାନ ର କାର୍ଯହେବ।
କୁମ୍ଭ :- ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
ମୀନ :- ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

LEAVE A REPLY

Please enter your comment!
Please enter your name here